୧୦ ଦିନରେ ଦୁର୍ବଳ ନଦୀବନ୍ଧ ଚିହ୍ନଟ ନିର୍ଦ୍ଦେଶ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ଜଳସମ୍ପଦ ବିଭାଗ। ୧୦ ଦିନ (ଏପ୍ରିଲ୍‌ ୧୬ରୁ ୨୬) ମଧ୍ୟରେ ଦୁର୍ବଳ ନଦୀବନ୍ଧଗୁଡ଼ିକୁ ଚିହ୍ନଟ କରିବାକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମସ୍ତ କ୍ଷେତ୍ରସ୍ତରୀୟ କନିଷ୍ଠ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଆଗାମୀ ବର୍ଷାଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସମ୍ପଦ ବିଭାଗ ତରଫରୁ ବନ୍ୟା ପ୍ରସ୍ତୁତି ପ୍ରାରମ୍ଭିକ ପର୍ଯ୍ୟାୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଆଗୁଆ ପ୍ରସ୍ତୁତ ରହିଲେ ବନ୍ୟା ସମୟରେ ଅଧିକ ଘାଇ ଓ ଘଳିଆ ସୃଷ୍ଟିକୁ ରୋକାଯାଇପାରିବ ବୋଲି ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗର୍ଗ କହିଛନ୍ତି। ଲଗାଣ ମୌସୁମୀ ବର୍ଷା, ଲଘୁଚାପ ଏବଂ ବାତ୍ୟାଜନିତ ବର୍ଷା ଆଦିକୁ ଦୃଷ୍ଚିରେ ରଖି ଏବେଠାରୁ ପ୍ରସ୍ତୁତି ପାଇଁ ଗୁରୁତ୍ୱାରୋପ କରାଯାଇଛି। ବିଭିନ୍ନ ନଦୀବନ୍ଧ, ଜଳଭଣ୍ଡାରର ସୁରକ୍ଷା, ବନ୍ୟା ସମୟରେ ନଦୀ ଓ ଜଳଭଣ୍ଡାରଗୁଡ଼ିକର ସୁପରିଚାଳନା ସମ୍ପର୍କରେ ବିଭାଗୀୟ ଅଧିକାରୀମାନେ ତଥ୍ୟ ଉପସ୍ଥାପନ କରିଥିଲେ। ରାଜ୍ୟରେ ୭ଟି ବୃହତ୍‌ ଓ ୪୫ଟି ମଧ୍ୟମ ଜଳଭଣ୍ଡାର ରହିଛି। ବହୁମୁଖୀ ଜଳଭଣ୍ଡାରଗୁଡ଼ିକର ସୁପରିଚାଳନା ପାଇଁ ଆବଶ୍ୟକ ପ୍ରସ୍ତୁତି, ସ୍ଲୁଇସ୍‌ ଗେଟ୍‌ ଓ ଜଳ ନିଷ୍କାସନ ବ୍ୟବସ୍ଥା ଯାଞ୍ଚ, ମକ୍‌ ଡ୍ରିଲ୍‌, ସମସ୍ତ ଡିଭିଜନରେ ବନ୍ୟା ନିୟନ୍ତ୍ରଣ ପାଇଁ ଆବଶ୍ୟକ ଉପକରଣ ମହଜୁଦ ରଖିବା, ବନ୍ୟା ସମ୍ପର୍କିତ ପୂର୍ବାନୁମାନ ବ୍ୟବସ୍ଥାକୁ ସୁଦୃଢ଼ କରିବା, ଜନସାଧାରଣଙ୍କୁ ସତର୍କ ସୂଚନା ପ୍ରଦାନ ପାଇଁ ବନ୍ୟା ନିୟନ୍ତ୍ରଣ କକ୍ଷରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବା ସମ୍ପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri