ତଦନ୍ତ ଅଗ୍ରଗତି ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

କଟକ ଅଫିସ,୩ା୮: ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ମାମଲାର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଦାଖଲ କରିବା ପାଇଁ ଭୁବନେଶ୍ୱର ଡିସିପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣା ସମ୍ପର୍କିତ ପୂର୍ବ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନରେ ଅବହେଳା ଅଭିଯୋଗ କରି ସୌମ୍ୟଙ୍କ ଭଉଣୀ ସୌଭାଗ୍ୟଲକ୍ଷ୍ମୀ ପାଣିଗ୍ରାହୀ ଅଦାଲତ ଅବମାନନା ମାମଲା ଦାଏର କରିଥିଲେ। ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ମଙ୍ଗଳବାର ଉକ୍ତ ଆବେଦନର ଶୁଣାଣି କରି ପରବର୍ତ୍ତୀ ତାରିଖ ପୂର୍ବରୁ ରିପୋର୍ଟ ଦାଖଲ କରିବାକୁ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୩୦ ତାରିଖକୁ ଧାର୍ଯ୍ୟ କରାଯାଇଛି।
ମାମଲାର ବିବରଣୀରୁ ପ୍ରକାଶ ଯେ, ଗତ ଜାନୁୟାରୀ ୩୦ରେ ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅଧୀନ କଳାରାହାଙ୍ଗଠାରେ ମଡେଲ ସୌମ୍ୟ ଆତ୍ମହତ୍ୟା କରିଥିଲେ। ସୌଭାଗ୍ୟଲକ୍ଷ୍ମୀ ଏନେଇ ଫେବୃୟାରୀ ୨ତାରିଖରେ ଇନ୍‌ଫୋସିଟି ଥାନାରେ ଏତଲା ଦେଇଥିଲେ। ତେବେ ପୋଲିସ ଉପଯୁକ୍ତ ପଦକ୍ଷେପ ନେଇ ନ ଥିଲା ବୋଲି ସେ ଅଭିଯୋଗ କରିଥିଲେ। ଦୋଷୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଓ ମାମଲାର ନିରପେକ୍ଷ ତଦନ୍ତ ଦାବି କରି ସେ ଫେବୃୟାରୀ ୧୯ରେ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ପରେ ପୁଣି ସେ ପୋଲିସ ନିଷ୍କ୍ରିୟତା ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଫେବୃୟାରୀ ୨୩ରେ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ସୌଭାଗ୍ୟଲକ୍ଷ୍ମୀଙ୍କ ଅଭିଯୋଗ ଉପରେ ତିନି ସପ୍ତାହ ଭିତରେ ପଦକ୍ଷେପ ନେବାକୁ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହି ପ୍ରସଙ୍ଗରେ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇ ନ ଥିବା ଦର୍ଶାଇ ସୌଭାଗ୍ୟଲକ୍ଷ୍ମୀ ଅଦାଲତ ଅବମାନନା ମାମଲା ଦାଏର କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri