ଶିକ୍ଷାନୁଷ୍ଠାନ ନାମଫଳକ ଓଡ଼ିଆରେ ଲେଖିବାକୁ ପୁଣି ନିର୍ଦ୍ଦେଶ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଅଧିକାଂଶ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଏହାକୁ ମାନୁନାହାନ୍ତି। ପୂର୍ବପରି ଇଂଲିଶ ଭାଷାରେ ଲେଖାଥିବା ଫଳକ ଶିକ୍ଷାନୁଷ୍ଠାନରେ ରହିଛି। କେତେକ ସ୍ଥାନରେ ଓଡ଼ିଆ ଭାଷାର ଚିହ୍ନବର୍ଣ୍ଣ ବି ନାହିଁ। ତେଣୁ ଓଡ଼ିଆରେ ଶିକ୍ଷାନୁଷ୍ଠାନ ନାମଫଳକ ଲେଖିବାକୁ ସରକାର ପୁଣି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ବବିଦ୍ୟାଳୟଗୁଡ଼ିକର ନାମଫଳକ ଓଡ଼ିଆ ଭାଷାରେ ଲେଖାଯିବ। ଆସନ୍ତା ୩୦ଦିନ ମଧ୍ୟରେ ଏହି ସରକାରୀ ନିର୍ଦ୍ଦେଶର ଅନୁପାଳନ କରି ସରକାରଙ୍କ ଅବଗତି ନିମନ୍ତେ ଜଣାଇବାକୁ କୁହାଯାଇଛି। ଏନେଇ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି। ଭାରତର ପ୍ରତ୍ୟେକ ରାଜ୍ୟରେ ଇଂଲିଶ ଭାଷା ସହିତ ପ୍ରାଦେଶିକ ଭାଷାକୁ ଗୁରୁତ୍ୱ ଦିଆଯାଉଛି। ସମସ୍ତ ଶିକ୍ଷାନୁଷ୍ଠାନର ନାମଫଳକ ଇଂଲିଶ ସହିତ ପ୍ରାଦେଶିକ ଭାଷାରେ ଲେଖାଯାଉଛି। ତଦନୁଯାୟୀ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନେର ନାମଫଳକ ଓଡ଼ିଆ ଭାଷାରେ ଲେଖାଗଲେ ଓଡ଼ିଆ ଭାଷାର ଗୌରବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଏହାକୁ ଗୁରୁତ୍ୱ ଦେଇ ପ୍ରତ୍ୟେକ ଶିକ୍ଷାନୁଷ୍ଠାନ ସହିତ ଅଧିକାରୀଙ୍କ ନାମଫଳକ ଆଦି ଓଡ଼ିଆ ଭାଷାରେ ନିର୍ଭୁଲ୍‌ ଲେଖିବା ପାଇଁ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସାହୁ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଆସନ୍ତା ୩୦ ଦିନ ମଧ୍ୟରେ ଏହି ନିର୍ଦ୍ଦେଶର ଅନୁପାଳନ କରି ସରକାରଙ୍କ ଅବଗତି ନିମନ୍ତେ ଜଣାଇବାକୁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ, ଗତ ଏପ୍ରିଲରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମାନ ନିର୍ଦ୍ଦେଶ ଜାରି ହୋଇଥିଲା। ଉନ୍ନୟନ କମିଶନର ପ୍ରଦୀପ ଜେନା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଏବଂ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଶିକ୍ଷାନୁଷ୍ଠାନ ନାମଫଳକ ଓଡ଼ିଆରେ ଲେଖିବାକୁ ନିର୍ଦ୍ଦେଶ ଦେଇଥିଲେ। ତିନି ସପ୍ତାହ ମଧ୍ୟରେ ନିର୍ଦ୍ଦେଶର ଅନୁପାଳନ ନେଇ ସରକାରଙ୍କୁ ଜଣାଇବାକୁ ମଧ୍ୟ କୁହାଯାଇଥିଲା। ହେଲେ ଏହି ନିର୍ଦ୍ଦେଶକୁ ଅଧିକାଂଶ ଶିକ୍ଷାନୁଷ୍ଠାନ ମାନି ନ ଥିବା ଜଣାପଡ଼ିଛି। ଏବେବି ରାଜ୍ୟର ବହୁ ଶିକ୍ଷାନୁଷ୍ଠାନରେ କେବଳ ଇଂଲିଶ ଫଳକ ଶୋଭାପାଉଛି। ଏବେ ସରକାର ପୁଣିଥରେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏବେ ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ ନା ଏମିତି ବାରମ୍ବାର କେବଳ ଚିଠି ଲେଖାଯାଉଥିବ ତାହାକୁ ନେଇ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri