ଶିକ୍ଷାନୁଷ୍ଠାନ ନାମଫଳକ ଓଡ଼ିଆରେ ଲେଖିବାକୁ ପୁଣି ନିର୍ଦ୍ଦେଶ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଅଧିକାଂଶ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଏହାକୁ ମାନୁନାହାନ୍ତି। ପୂର୍ବପରି ଇଂଲିଶ ଭାଷାରେ ଲେଖାଥିବା ଫଳକ ଶିକ୍ଷାନୁଷ୍ଠାନରେ ରହିଛି। କେତେକ ସ୍ଥାନରେ ଓଡ଼ିଆ ଭାଷାର ଚିହ୍ନବର୍ଣ୍ଣ ବି ନାହିଁ। ତେଣୁ ଓଡ଼ିଆରେ ଶିକ୍ଷାନୁଷ୍ଠାନ ନାମଫଳକ ଲେଖିବାକୁ ସରକାର ପୁଣି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ବବିଦ୍ୟାଳୟଗୁଡ଼ିକର ନାମଫଳକ ଓଡ଼ିଆ ଭାଷାରେ ଲେଖାଯିବ। ଆସନ୍ତା ୩୦ଦିନ ମଧ୍ୟରେ ଏହି ସରକାରୀ ନିର୍ଦ୍ଦେଶର ଅନୁପାଳନ କରି ସରକାରଙ୍କ ଅବଗତି ନିମନ୍ତେ ଜଣାଇବାକୁ କୁହାଯାଇଛି। ଏନେଇ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି। ଭାରତର ପ୍ରତ୍ୟେକ ରାଜ୍ୟରେ ଇଂଲିଶ ଭାଷା ସହିତ ପ୍ରାଦେଶିକ ଭାଷାକୁ ଗୁରୁତ୍ୱ ଦିଆଯାଉଛି। ସମସ୍ତ ଶିକ୍ଷାନୁଷ୍ଠାନର ନାମଫଳକ ଇଂଲିଶ ସହିତ ପ୍ରାଦେଶିକ ଭାଷାରେ ଲେଖାଯାଉଛି। ତଦନୁଯାୟୀ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନେର ନାମଫଳକ ଓଡ଼ିଆ ଭାଷାରେ ଲେଖାଗଲେ ଓଡ଼ିଆ ଭାଷାର ଗୌରବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଏହାକୁ ଗୁରୁତ୍ୱ ଦେଇ ପ୍ରତ୍ୟେକ ଶିକ୍ଷାନୁଷ୍ଠାନ ସହିତ ଅଧିକାରୀଙ୍କ ନାମଫଳକ ଆଦି ଓଡ଼ିଆ ଭାଷାରେ ନିର୍ଭୁଲ୍‌ ଲେଖିବା ପାଇଁ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସାହୁ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଆସନ୍ତା ୩୦ ଦିନ ମଧ୍ୟରେ ଏହି ନିର୍ଦ୍ଦେଶର ଅନୁପାଳନ କରି ସରକାରଙ୍କ ଅବଗତି ନିମନ୍ତେ ଜଣାଇବାକୁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ, ଗତ ଏପ୍ରିଲରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମାନ ନିର୍ଦ୍ଦେଶ ଜାରି ହୋଇଥିଲା। ଉନ୍ନୟନ କମିଶନର ପ୍ରଦୀପ ଜେନା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଏବଂ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଶିକ୍ଷାନୁଷ୍ଠାନ ନାମଫଳକ ଓଡ଼ିଆରେ ଲେଖିବାକୁ ନିର୍ଦ୍ଦେଶ ଦେଇଥିଲେ। ତିନି ସପ୍ତାହ ମଧ୍ୟରେ ନିର୍ଦ୍ଦେଶର ଅନୁପାଳନ ନେଇ ସରକାରଙ୍କୁ ଜଣାଇବାକୁ ମଧ୍ୟ କୁହାଯାଇଥିଲା। ହେଲେ ଏହି ନିର୍ଦ୍ଦେଶକୁ ଅଧିକାଂଶ ଶିକ୍ଷାନୁଷ୍ଠାନ ମାନି ନ ଥିବା ଜଣାପଡ଼ିଛି। ଏବେବି ରାଜ୍ୟର ବହୁ ଶିକ୍ଷାନୁଷ୍ଠାନରେ କେବଳ ଇଂଲିଶ ଫଳକ ଶୋଭାପାଉଛି। ଏବେ ସରକାର ପୁଣିଥରେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏବେ ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ ନା ଏମିତି ବାରମ୍ବାର କେବଳ ଚିଠି ଲେଖାଯାଉଥିବ ତାହାକୁ ନେଇ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?