Posted inଜାତୀୟ

‘ସଂସଦରେ ଶୁଭିବନି ଜୟ ହିନ୍ଦ, ବନ୍ଦେ ମାତରମ ଭଳି ନାରା’, ଶୀତକାଳୀନ ଅଧିବେଶନ ପୂର୍ବରୁ ନିର୍ଦେଶ ଜାରି

ନୂଆଦିଲ୍ଲୀ,୩୦।୧୧: ସଂସଦର ଶୀତକାଳୀନ ଅଧିବେଶନ ୪ ଡିସେମ୍ବରରେ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ସମସ୍ତ ରାଜ୍ୟସଭା ସଂସଦ ମାନଙ୍କ ପାଇଁ ନିର୍ଦେଶାବଳୀ ଜାରି ହୋଇଛି। ଏହି ନିର୍ଦେଶକୁ କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି। ନିର୍ଦେଶ ଅନୁଯାୟୀ ସଂସଦରେ ଉଠାଯାଉଥିବା ବିଷୟ ଗୁଡିକର ପ୍ରଚାର ପ୍ରସାର ନହେବା ଉଚିତ। ଯେପର୍ଯ୍ୟନ୍ତ ଅଧ୍ୟକ୍ଷ ନୋଟିସକୁ ସ୍ୱୀକୃତି ନଦେଇଛନ୍ତି, ସେ ପର୍ଯ୍ୟନ୍ତ ଏହାକୁ ଅନ୍ୟ ସଦସ୍ୟଙ୍କୁ ନକହିବା ପାଇଁ କୁହାଯାଇଛି। ଏହା ବ୍ୟତୀତ ନୋଟିସ ସାର୍ବଜନୀନ ନହେବା ଉଚିତ।

ଏଥିରେ ଏହାମଧ୍ୟ କୁହାଯାଇଛି ଯେ, ଗୃହରେ ଥ୍ୟାଙ୍କସ୍, ଥାଙ୍କୟୁ, ଜୟ ହିନ୍ଦ, ବନ୍ଦେ ମାତରମ ଭଳି ନାରା ଲାଗିବ ନାହିଁ। ଅଧ୍ୟକ୍ଷଙ୍କ ଦ୍ୱାରା ଦିଆଯାଇଥିବା ନିର୍ଦେଶ ଗୃହ ଭିତରେ କିମ୍ବା ବାହାରେ ସମାଲୋଚନା କରାଯିବା ଉଚିତ୍ ନୁହେଁ। ଏପ୍ରିଲ୍ ୨୦୨୨ ରେ ପ୍ରକାଶିତ ରାଜ୍ୟସଭା ସଦସ୍ୟଙ୍କ ପାଇଁ ପୁସ୍ତକରେ ଉଲ୍ଲେଖ କରାଯାଇଥିବା ସଂସଦର ପରମ୍ପରା ଏବଂ ପ୍ରକ୍ରିୟା ବିଷୟରେ ଏକ ସ୍ମାରକପତ୍ର ଦିଆଯାଇଛି। ଗୃହରେ ପ୍ଲାକାର୍ଡ ଦେଖାଇବା ଉପରେ ଏକ ନିଷେଧାଦେଶ ରହିଛି। ଚେୟାରମ୍ୟାନ୍ କହୁଥିବା ସମୟରେ କୌଣସି ସଦସ୍ୟ ଗୃହରୁ ବାହାରିବା ଉଚିତ୍ ନୁହେଁ। ଅଧ୍ୟକ୍ଷ କହୁଥିବାବେଳେ ଗୃହରେ ନୀରବ ରହିବା ଉଚିତ୍ ଭଳି ନିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri