ରଥଯାତ୍ରା ଉପଲକ୍ଷେ ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୮ା୬(ଅସମାପିକା ସାହୁ): ଆସନ୍ତା ୨୦ ତାରିଖ ମଙ୍ଗଳବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ସହରରେ କିପରି ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁ ହେବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ଟ୍ରାଫିକ ନିୟନ୍ତ୍ରଣକୁ ୩ ଭାଗରେ ବିଭକ୍ତ କରାଯାଇଛି । କୁମ୍ଭାରପଡ଼ା ଥାନାରେ ଟ୍ରାଫିକ୍‌ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ମୋଟ୍‌ ୨୪ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଥିବା ଏଡିଜି ଅମିତାଭ ଠାକୁର ଏକ ପ୍ରେସ୍‌ପିଟ୍‌ରେ କହିଛନ୍ତି।

ପର୍ଯ୍ୟଟକଙ୍କ ବସ୍‌ ମାଳତୀପାଟପୁର ବସ୍‌ଷ୍ଟାଣ୍ଡରେ ରହିବ। ସେଠାରୁ ସମସ୍ତ ଗାଡ଼ି ଆସି ତାଳବଣିଆରେ ପାର୍କିଂ କରିବେ। କୋଣାର୍କ ଆଡ଼ୁ ଆସୁଥିବା ଗାଡ଼ିଗୁଡ଼ିକ ତାଳବଣିଆରେ ରହିବେ। ୪ ଚକିଆ ଗାଡ଼ି ତାଳବଣିଆର ୬ ପାର୍କିଂ ପ୍ଲେସରେ ରହିବ। ଭକ୍ତଙ୍କ ଭଲ ଦଶନ ପାଇଁ କୌଣସି ଯାନ ଜୋନ୍‌ ହେବ ନାହିଁ। ଅଠରନଳାଛକଠାରୁ ହସ୍ପିଟାଲ ଛକ ପର୍ଯ୍ୟନ୍ତ ଏବଂ ହସ୍ପିଟାଲ ଛକରୁ ସୁଭାଷ ବୋଷ କ୍ରସିଂ ପର୍ଯ୍ୟନ୍ତ। ବ୍ରହ୍ମଗିରି ଆଡ଼ୁ ଆସୁଥିବା ଗାଡ଼ି ଲୋକନାଥ ମନ୍ଦିର ନିକଟରେ ରହିବେ। ଦୁଇ ଚକିଆ ଗାଡ଼ି ଜଗନ୍ନାଥବଲ୍ଲଭ ପାର୍କିଂରେ ରହିବେ। ମାଟିତୋଟା କ୍ରିକେଟ ଫିଲ୍ଡ, ମଶାଣି ଚଣ୍ଡୀରେ ବାଇକ୍‌ ରହିବ। ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ମାଗଣା ଇ-ଯାନ ବ୍ୟବସ୍ଥା ହୋଇଛି। ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ ନମ୍ବର-୬୩୭୦୯୬୭୧୦୦ ଜାରି କରାଯାଇଛି। ସେହିପରି ଆମ୍ବୁଲାନ୍ସ ପାଇଁ ଇ-କରିଡର ବ୍ୟବସ୍ଥା ଓ ଜରୁରୀ ସେବା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ଅମିତାଭ ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri