ରଥଯାତ୍ରା ଉପଲକ୍ଷେ ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୮ା୬(ଅସମାପିକା ସାହୁ): ଆସନ୍ତା ୨୦ ତାରିଖ ମଙ୍ଗଳବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ସହରରେ କିପରି ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁ ହେବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ଟ୍ରାଫିକ ନିୟନ୍ତ୍ରଣକୁ ୩ ଭାଗରେ ବିଭକ୍ତ କରାଯାଇଛି । କୁମ୍ଭାରପଡ଼ା ଥାନାରେ ଟ୍ରାଫିକ୍‌ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ମୋଟ୍‌ ୨୪ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଥିବା ଏଡିଜି ଅମିତାଭ ଠାକୁର ଏକ ପ୍ରେସ୍‌ପିଟ୍‌ରେ କହିଛନ୍ତି।

ପର୍ଯ୍ୟଟକଙ୍କ ବସ୍‌ ମାଳତୀପାଟପୁର ବସ୍‌ଷ୍ଟାଣ୍ଡରେ ରହିବ। ସେଠାରୁ ସମସ୍ତ ଗାଡ଼ି ଆସି ତାଳବଣିଆରେ ପାର୍କିଂ କରିବେ। କୋଣାର୍କ ଆଡ଼ୁ ଆସୁଥିବା ଗାଡ଼ିଗୁଡ଼ିକ ତାଳବଣିଆରେ ରହିବେ। ୪ ଚକିଆ ଗାଡ଼ି ତାଳବଣିଆର ୬ ପାର୍କିଂ ପ୍ଲେସରେ ରହିବ। ଭକ୍ତଙ୍କ ଭଲ ଦଶନ ପାଇଁ କୌଣସି ଯାନ ଜୋନ୍‌ ହେବ ନାହିଁ। ଅଠରନଳାଛକଠାରୁ ହସ୍ପିଟାଲ ଛକ ପର୍ଯ୍ୟନ୍ତ ଏବଂ ହସ୍ପିଟାଲ ଛକରୁ ସୁଭାଷ ବୋଷ କ୍ରସିଂ ପର୍ଯ୍ୟନ୍ତ। ବ୍ରହ୍ମଗିରି ଆଡ଼ୁ ଆସୁଥିବା ଗାଡ଼ି ଲୋକନାଥ ମନ୍ଦିର ନିକଟରେ ରହିବେ। ଦୁଇ ଚକିଆ ଗାଡ଼ି ଜଗନ୍ନାଥବଲ୍ଲଭ ପାର୍କିଂରେ ରହିବେ। ମାଟିତୋଟା କ୍ରିକେଟ ଫିଲ୍ଡ, ମଶାଣି ଚଣ୍ଡୀରେ ବାଇକ୍‌ ରହିବ। ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ମାଗଣା ଇ-ଯାନ ବ୍ୟବସ୍ଥା ହୋଇଛି। ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ ନମ୍ବର-୬୩୭୦୯୬୭୧୦୦ ଜାରି କରାଯାଇଛି। ସେହିପରି ଆମ୍ବୁଲାନ୍ସ ପାଇଁ ଇ-କରିଡର ବ୍ୟବସ୍ଥା ଓ ଜରୁରୀ ସେବା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ଅମିତାଭ ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri