Posted inଜାତୀୟ

ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇକୁ ନିର୍ଦ୍ଦେଶ: ୧୫ ଦିନରେ ମୂଲ୍ୟାୟନ ପଦ୍ଧତି ଦର୍ଶାଅ

ନୂଆଦିଲ୍ଲୀ,୪।୬(ପି.ଟି.):କରୋନା ମହାମାରୀ ପାଇଁ ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ସୁପ୍ରିମକୋର୍ଟ ଗୁରୁବାର ଖୁସିବ୍ୟକ୍ତ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ସମ୍ପର୍କରେ ୧୫ ଦିନ ମଧ୍ୟରେ ଜଣାଇବା ପାଇଁ ଅଦାଲତ ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇକୁ ନିର୍ଦ୍ଦେଶ ଦେଇଛନ୍ତି।
ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକର ଏବଂ ଦିନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଦୁଇ ସପ୍ତାହ ମଧ୍ୟରେ ମୂଲ୍ୟାୟନର ମାପଦଣ୍ଡ ସରକାରୀ ଭାବେ ଉପସ୍ଥାପନ କରିବା ଲାଗି ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଏବଂ ସିଆଇଏସଇ୍‌ସିଇ ପକ୍ଷରୁ ଉପସ୍ଥିତ ଥିବା ଆଇନଜୀବୀ ଜେ.କେ. ଦାସଙ୍କୁ କହିଥିଲେ। ଉତ୍ତୀର୍ଣ୍ଣ ହେବା ପରେ ପିଲାମାନେ ଭାରତ ତଥା ବିଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବେ। ତେଣୁ ମୂଲ୍ୟାୟନ ପଦ୍ଧତି ସମ୍ପର୍କିତ ମାପଦଣ୍ଡ ଉପସ୍ଥାପନ କରିବା ଲାଗି ଅଧିକ ସମୟ ଦିଆଯାଇପାରିବ ନାହିଁ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି। ଉକ୍ତ ମାପଦଣ୍ଡ ଦେଖିବା ପରେ କୋର୍ଟ ସେହି ଅନୁଯାୟୀ ପ୍ରତିବାଦ କରୁଥିବା କୌଣସି ପିଲାଙ୍କର ମାମଲାର ବିଚାର କରିବେ ବୋଲି କହିଛନ୍ତି। ବୋର୍ଡ ପରୀକ୍ଷା ବାତିଲ କରିବା ଭଳି ମୂଲ୍ୟାୟନ ପଦ୍ଧତି ମଧ୍ୟ ସମାନ ଗୁରୁତ୍ୱପୂର୍ଣ୍ଣ। ମହାମାରୀ ପାଇଁ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ ନିମନ୍ତେ ନିର୍ଦ୍ଦେଶ ଦେବା ଲାଗି ସର୍ବୋଚ୍ଚ ନ୍ୟାୟାଳୟରେ ପିଟିଶନ ଦାଏର ହୋଇଥିଲା। ସରକାର ପରୀକ୍ଷା ବାତିଲ କରିସାରିଥିବା ବେଣୁଗୋପାଳ ଖଣ୍ଡପୀଠଙ୍କୁ ଜଣାଇଥିଲେ। ତେବେ ମୂଲ୍ୟାୟନ ପାଇଁ ଉପଯୁକ୍ତ ପଦ୍ଧତି ପ୍ରସ୍ତୁତ କରିବା ଲାଗି ସିବିଏସ୍‌ଇ ଅଧିକ ସମୟ ଚାହୁଁଥିବା ଜଣାଇଥିଲେ। ସେହିପରି ସିଆଇଏସ୍‌ସିଇ ମଧ୍ୟ ଏଥିପାଇଁ ୩-୪ ସପ୍ତାହ ସମୟ ଲୋଡ଼ିଥିଲା। ଖଣ୍ଡପୀଠ ଏହାକୁ ଖାରଜ କରିଦେଇଥିଲେ।
ଆବେଦନକାରୀ ମମତା ଶର୍ମା କୋର୍ଟଙ୍କୁ ଦର୍ଶାଇଥିଲେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ଭଳି ଅନେକ ରାଜ୍ୟ ଶିକ୍ଷାବୋର୍ଡ ଦ୍ୱାଦଶ ପରୀକ୍ଷା ବାତିଲ ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇନାହାନ୍ତି। ରାଜ୍ୟ ବୋର୍ଡ ଅଧୀନରେ ପାଖାପାଖି ୧.୨ କୋଟି ଛାତ୍ରୀଛାତ୍ର ପଢ଼ୁଛନ୍ତି। ଏହି ବୋର୍ଡଗୁଡ଼ିକୁ ପରୀକ୍ଷା ବାତିଲ ପାଇଁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦିଅନ୍ତୁ ବୋଲି ମମତା ନିବେଦନ କରିଥିଲେ। ଧୈର୍ଯ୍ୟର ସହ ଅପେକ୍ଷା କର। ସିବିଏସ୍‌ଇ ମୂଲ୍ୟାୟନ ପଦ୍ଧତି ଉପସ୍ଥାପନ କରିବା ପରେ ଅନ୍ୟ ବୋର୍ଡ ସମ୍ପର୍କରେ ବିଚାର କରାଯିବ ବୋଲି ଖଣ୍ଡପୀଠ ତାଙ୍କୁ କହିଥିଲେ। ସୂଚନାଯୋଗ୍ୟ କୋଭିଡ୍‌ ମହାମାରୀ ପାଇଁ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ଲାଗି ଜୁନ୍‌ ୧ରେ ସରକାର ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?