ପୁରୀ ଅଫିସ,୭।୫: ପୁରୀ ସହରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ଅଧିକାଂଶ ସମୟ ଯଥା ପ୍ରତି ଶନିବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପୁରୀ ଆସି କାର୍ଯ୍ୟର ସମୀକ୍ଷା କରିଥାନ୍ତି। ଏହି ପରିପ୍ରେକ୍ଷୀରେ ସକାଳେ ୫-ଟି ସଚିବ ପାଣ୍ଡିଆନ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୁରୀରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପାଣ୍ଡିଆନ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ଶ୍ରୀମନ୍ଦିର ଚାରିପାଖରେ ଚାଲିଥିବା ପରିକ୍ରମା ମାର୍ଗ କାର୍ଯ୍ୟର ସମୀକ୍ଷା କରିଥିଲେ। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଟାଗେର୍ଟ ଅନୁଯାୟୀ କାର୍ଯ୍ୟ ଠିକ୍ ଭାବରେ ଜାରି ରହିଥିବାରୁ ସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ରଥଯାତ୍ରା ପୂର୍ବରୁ ଯେପରି କାର୍ଯ୍ୟ ସରିବ ସେନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେହିଭଳି ମହାପ୍ରଭୁଙ୍କ ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବେ। ତେଣୁ ଭକ୍ତମାନଙ୍କର ଯେପଥି ଅସୁବିଧା ନ ହୁଏ ସେଥିପାଇଁ ପରାମର୍ଶ ଦେଇଥିଲେ। ରାସ୍ତାଗୁଡିକ ଯେପରି ଠିକ୍ ଭାବେ ନିର୍ମାଣ କରାଯିବ ଓ ରାସ୍ତାର କୌଣସି ସ୍ଥାନରେ ଖାଲ ନ ରହିବ ସେଥିପ୍ରତି ଧ୍ୟାନ ଦେବକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୁରୀରେ ଚାଲିଥିବା ଶ୍ରୀସେତୁ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ସମୀକ୍ଷା କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ନିର୍ମାଣ କାର୍ଯ୍ୟର ନକ୍ସା ବିଭାଗୀୟ ଅଧିକାରୀମାନେ ପାଣ୍ଡିଆନଙ୍କୁ ଦେଖାଇଥିଲେ। ଏ ସମସ୍ତ କାର୍ଯ୍ୟକୁ ୫-ଟି ସଚିବ ପାଣ୍ଡିଆନ ପରିଦର୍ଶନ କରି ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ସମୟରେ ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଓବିସିସିର ନିର୍ବାହୀ ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀ, ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, ପୁରୀ View All
କ୍ରସ୍ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି
ଭୁବନେଶ୍ୱର,୧୯ା୩: କ୍ରସ୍ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍…
ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍ଏସ୍
ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…
‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’
ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…
ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…
ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…
ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ
ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…
ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…
ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…
କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…
ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…
ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…
Archives

