ପୁରୀ ଅଫିସ,୭।୫: ପୁରୀ ସହରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ଅଧିକାଂଶ ସମୟ ଯଥା ପ୍ରତି ଶନିବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପୁରୀ ଆସି କାର୍ଯ୍ୟର ସମୀକ୍ଷା କରିଥାନ୍ତି। ଏହି ପରିପ୍ରେକ୍ଷୀରେ ସକାଳେ ୫-ଟି ସଚିବ ପାଣ୍ଡିଆନ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୁରୀରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପାଣ୍ଡିଆନ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ଶ୍ରୀମନ୍ଦିର ଚାରିପାଖରେ ଚାଲିଥିବା ପରିକ୍ରମା ମାର୍ଗ କାର୍ଯ୍ୟର ସମୀକ୍ଷା କରିଥିଲେ। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଟାଗେର୍ଟ ଅନୁଯାୟୀ କାର୍ଯ୍ୟ ଠିକ୍ ଭାବରେ ଜାରି ରହିଥିବାରୁ ସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ରଥଯାତ୍ରା ପୂର୍ବରୁ ଯେପରି କାର୍ଯ୍ୟ ସରିବ ସେନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେହିଭଳି ମହାପ୍ରଭୁଙ୍କ ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବେ। ତେଣୁ ଭକ୍ତମାନଙ୍କର ଯେପଥି ଅସୁବିଧା ନ ହୁଏ ସେଥିପାଇଁ ପରାମର୍ଶ ଦେଇଥିଲେ। ରାସ୍ତାଗୁଡିକ ଯେପରି ଠିକ୍ ଭାବେ ନିର୍ମାଣ କରାଯିବ ଓ ରାସ୍ତାର କୌଣସି ସ୍ଥାନରେ ଖାଲ ନ ରହିବ ସେଥିପ୍ରତି ଧ୍ୟାନ ଦେବକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୁରୀରେ ଚାଲିଥିବା ଶ୍ରୀସେତୁ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ସମୀକ୍ଷା କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ନିର୍ମାଣ କାର୍ଯ୍ୟର ନକ୍ସା ବିଭାଗୀୟ ଅଧିକାରୀମାନେ ପାଣ୍ଡିଆନଙ୍କୁ ଦେଖାଇଥିଲେ। ଏ ସମସ୍ତ କାର୍ଯ୍ୟକୁ ୫-ଟି ସଚିବ ପାଣ୍ଡିଆନ ପରିଦର୍ଶନ କରି ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ସମୟରେ ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଓବିସିସିର ନିର୍ବାହୀ ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀ, ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, ପୁରୀ View All
ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ
ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…
ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…
ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…
ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…
ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…
୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର
ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…
ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…
ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…
ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ
ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…
ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…
ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…
Archives

