ରୂପାନ୍ତରୀକରଣ ଶେଷ କରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସଓ୍ବାନ ଭିଡିଓ କନଫରେନ୍ସିଂ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍‌ ସ୍ଥିତି ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅଙ୍ଗନୱାଡି କେନ୍ଦ୍ରରେ ପିଲାମାନଙ୍କ ପୁଷ୍ଟିସାଧନ, ସ୍ବାସ୍ଥ୍ୟ ଏବଂ ମନୋରଞ୍ଜନ ଉପରେ ଅଧିକ ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ୫-ଟି ଅଧୀନରେ ବିଦ୍ୟାଳୟଗୁଡିକର ରୂପାନ୍ତରୀକରଣ କାର୍ଯ୍ୟ ଚଳିତମାସ ଶେଷସୁଦ୍ଧା ଶେଷ କରିବାକୁ ବିଡିଓମାନଙ୍କୁ ନିର୍ଦ୍ଦେଶ ଦେବା ସହ ବିଦ୍ୟାଳୟଗୁଡିକର ସ୍ଥାୟୀ ଜମିପଟ୍ଟା ବ୍ୟବସ୍ଥା କରିବାକୁ କହିଛନ୍ତି। ପ୍ରତ୍ୟେକ ବ୍ଲକରେ ଷ୍ଟାଡିୟମ୍‌, ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରକ୍ରିୟା ତ୍ୱରାନ୍ବିତ କରିବା, ଜିଲାର ସମସ୍ତ ୨୧୨ ପଞ୍ଚାୟତରେ ଗ୍ରାମୀଣ ପାର୍କ ନିର୍ମାଣ କରି ଗ୍ରାମାଞ୍ଚଳକୁ ଆକର୍ଷଣ କରାଯିବ। ଗ୍ରାମାଞ୍ଚଳରେ ମଡେଲ ପୋଖରୀ, ରାସ୍ତା ଉନ୍ନତୀକରଣ ନିମନ୍ତେ ବିହିତ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ରାଜସ୍ବ ଆଦାୟ ବୃଦ୍ଧି ପାଇଁ ତହସିଲଦାର ଓ ବିଡିଓମାନେ ଯତ୍ନବାନ ହେବାକୁ ଜିଲାପାଳ କହିଥିଲେ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତମ ସ୍ବାସ୍ଥ୍ୟସେବା ନିମନ୍ତେ ଗୁରୁତ୍ୱ ପ୍ରଦାନ କରିବାକୁ କୁହାଯାଇଥିଲା। ଖଣି, ଖଦାନରୁ ବେଆଇନ ଖନନ, ଉତ୍ତୋଳନ ଓ ଚାଲାଣ ଉପରେ ତୀକ୍ଷ୍‌ଣ ନଜର ରଖି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ କହିଥିଲେ। ଜନସାଧାରଣଙ୍କ ସୁବିଧା ପାଇଁ ଆରଆଇ ଅଫିସ ନିର୍ମାଣ ସହିତ ରେଭିନ୍ୟୁ ଗେଷ୍ଟହାଉସ ୮ଟି ତହସିଲରେ ନିର୍ମାଣ କରାଯିବ ବୋଲି ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ସାଫଲ୍ୟ ମଣ୍ଡିତ ପ୍ରଧାନ କହିଥିଲେ। ଆବାସ ଯୋଜନାରେ ବାସଗୃହ ନିର୍ମାଣକୁ ତ୍ୱରାନ୍ବିତ କରି ଲକ୍ଷ୍ୟ ପୂରଣ କରିବାକୁ ପରାମର୍ଶ ଦିଆଯାଇଥିଲା। ଜିଲାରେ ୧୨ରୁ ୧୪ବର୍ଷ ପିଲାଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକାକରଣ କରାଯାଉଛି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ ସୂଚନା ଦେଇଥିଲେ। ସଦର ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଆଇଏଏସ୍‌ ପ୍ରୋବେସନର ବିଭୂତି ଭୂଷଣ ନାୟକ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଜ୍ୟୋତିଷଚନ୍ଦ୍ର ମହାପାତ୍ର, ତହସିଲଦାର ଅନୁପମା ମୁର୍ମୁ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?