ଧାର୍ଯ୍ୟ ସମୟରେ କାମ ସାରିବାକୁ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୧୪ା୧୦: ପୂର୍ତ୍ତ ବିଭାଗ ପ୍ରଧାନ ସଚିବ ବୀର ବିକ୍ରମ ଯାଦବ ଗୁରୁବାର ବଲାଙ୍ଗୀର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ। ସଚିବ ଯାଦବ ପ୍ରଥମେ ଗନ୍ଧରେଲଠାରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ନୂଆ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ କୋଠା ପରିଦର୍ଶନରେ ଯାଇ ନିର୍ମାଣ କାମ ତଦାରଖ କରିଥିଲେ। ସେଠାରେ ଜିଲାପାଳ ଚଞ୍ଚଳ ରାଣା, ହସ୍ପିଟାଲ ଡିନ୍‌ ଡା ସବିତା ମହାପାତ୍ର, ଅନ୍ୟ ଅଧିକାରୀ ଓ ଯନ୍ତ୍ରୀ ଉପସ୍ଥିତ ଥିଲେ। ଜୁନ୍‌ ୨୦୨୩ ସୁଦ୍ଧା ଏହି ହସ୍ପିଟାଲ ନିର୍ମାଣ କାମ ଶେଷ ହୋଇ ଲୋକାର୍ପିତ କିଭଳି ହେବ ସେଦିଗରେ ତଦାରଖ କରିଥିଲେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ଧାର୍ଯ୍ୟ ସମୟରେ ଏହି ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଠାରୁ ବଲାଙ୍ଗୀର-ସମ୍ବଲପୁର-ଟିଟିଲାଗଡ ରାସ୍ତାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ବାଇପାସ୍‌ ରାସ୍ତା ତଦାରଖ କରିଥିଲେ। ବୋଟଲିଂ ପ୍ଳାଣ୍ଟ ନିକଟ ଚାନ୍ଦଲି ପାହାଡ ପାଦଦେଶକୁ ଯାଇ ସେଠାରେ ଯନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ତୁରନ୍ତ ଟେଣ୍ଡର ଆହ୍ବନ କରି ରାସ୍ତା ନିର୍ମାଣ କାମ ଆରମ୍ଭ କରିବାକୁ କହିଥିଲେ। ଏହି ରାସ୍ତାରେ ଜଙ୍ଗଲ ଜମି ଅନୁମତି ଲୋଡା ପଡୁଥିବାରୁ ଏଦିଗରେ ବିଭାଗ କ’ଣ କରିଛି ପଚାରି ବୁଝିଥିଲେ। ଜଙ୍ଗଲ ଜମି ଅନୁମତି ପାଇଁ ବିଭାଗ ଆବେଦନ କରିଥିବା ଜଣାଇଥିଲେ। ଏନେଇ ମଧ୍ୟ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ସଚିବ ଯାଦବ ଯନ୍ତ୍ରୀ ଓ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସଚିବ ଯାଦବ ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥ ବାଇପାସ୍‌ ସାଇଡ ପରିଦର୍ଶନ କରିଥିଲେ। ଏହି କାମ ଟେଣ୍ଡର ପ୍ରକ୍ରିୟାରେ ରହିଥିବା ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ସୂଚନା ଦେଇଥିଲେ। ଟେଣ୍ଡର ପ୍ରକ୍ରିୟା ସରିବା ପରେ ରାସ୍ତା ନିର୍ମାଣ କାମକୁ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ। ଜିଲାପାଳ ରାଣା ଏହି ଦୁଇ ବାଇପାସ ରାସ୍ତାର ଆବଶ୍ୟକତା ଏବଂ ମେଡିକାଲ କଲେଜ ହସ୍ପିଟାଲ କୋଠା ନିର୍ମାଣ କାର୍ଯ୍ୟ ଉପରେ ଅବଗତ କରିଥିଲେ। ଏହାପରେ ସଚିବ ଯାଦବ ନୂଆପଡା ଜିଲା ଅଭିମୁଖେ ଯାଇଥିଲେ। ସଚିବଙ୍କ ଗସ୍ତ ସମୟରେ ପୂର୍ତ୍ତ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ମନୋରଞ୍ଜନ ମିଶ୍ର, ନିର୍ବାହୀ ଯନ୍ତ୍ରୀ ନରେନ୍ଦ୍ର ଘଡେଇ, ଜାତୀୟ ରାଜପଥ ନିର୍ବାହୀ ଯନ୍ତ୍ରୀ ଜୟନ୍ତ ନାଏକ ପ୍ରମୁଖ ଉପସ୍ଥିତ ଥିଲେ। ସଚିବ ଯାଦବ, ସର୍ବୋଚ୍ଚ ଯନ୍ତ୍ରୀ ମିଶ୍ରଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିଙ୍କୁ କୌଣସି ସୂଚନା ଦିଆଯାଇ ନ ଥିଲା। ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଜାଣିଶୁଣି ଗଣମାଧ୍ୟମଠାରୁ ଦୂରେଇ ରଖାଯାଇଥିବା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri