ଆନୁସଙ୍ଗିକ ସୁବିଧା ଯୋଗାଇବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ବାଲିଗୁଡ଼ା,୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଆଗାମୀ ଦୁର୍ଗାପୂଜା, ଲକ୍ଷ୍ମୀପୂଜା ଏବଂ କାଳୀପୂଜାକୁ ନିରାଡ଼ମ୍ବର ଏବଂ ଶାନ୍ତିପୂର୍ଣ୍ଣ ବାତାବରଣରେ କରାଯିବା ନେଇ ଶନିବାର ବାଲିଗୁଡା ଉପଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଦୁର୍ଗାପୂଜା କିପରି ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳା ମଧ୍ୟରେ ହେବ ସେ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ଉପଜିଲାପାଳ ଶ୍ରୀମତୀ ମଧୁମିତା ସଭାପତିତ୍ୱ କରିବା ସହିତ ପୂଜା, ସାଂସ୍କୃତିକ କାର୍ଯ୍ୟକ୍ରମ, ରାବଣ ପୋଡ଼ି ଏବଂ ବିସର୍ଜନ ସମୟରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ନୀରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ, ଅଳିଆ ଆବର୍ଜନାର ସୁପରିଚାଳନା ଏବଂ ପାନୀୟ ଜଳର ବ୍ୟବସ୍ଥା ଭଳି ବିଭିନ୍ନ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇବା ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପୂଜା କମିଟି କର୍ମକର୍ତ୍ତା, ନେତୃସ୍ଥାନୀୟ ବ୍ୟକ୍ତି, ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ଜନସାଧାରଣଙ୍କର ସହଯୋଗ କାମନା କରିଥିଲେ।

ବାଲିଗୁଡା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସଭାପତି ଲଳିତ କୁମାର ପାତ୍ର ଏବଂ ସମ୍ପାଦକ ଶିବରାମ ପ୍ରଧାନୀ ପୂଜାରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ୨୨ ତାରିଖ ରବିବାର ଖଡଗ ନଦୀରୁ କଳସ ଯାତ୍ରାରେ ଆସି ଗ୍ରାମଦେବୀଙ୍କୁ ଆମନ୍ତ୍ରଣ ପରେ ସପ୍ତମୀ ପୂଜା ଆରମ୍ଭ, ମହାଷ୍ଟମୀ ଦିନ ରାତ୍ରରେ ମନ୍ଦିର ପରିସରରେ ମହାଷ୍ଟମୀ ଭୋଗ ହେବା ପରେ ସମିତି ତରଫରୁ ଜନସାଧାରଣଙ୍କ ନିମନ୍ତେ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ୨୪ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଖେଳପଡ଼ିଆରେ ରାବଣ ପୋଡ଼ି ଉତ୍ସବ ହେବ। ୨୫ ଓ ୨୬ ତାରିଖ ଦୁଇଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ରାମାୟଣ ଓ ମହାଭାରତ ଆୟୋଜନ ହେବା ପାଇଁ ସମିତି ତରଫରୁ ସ୍ଥିର କରାଯାଇଛି। ୨୭ ତାରିଖରେ ମା’ଦୁର୍ଗାଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ୨୮ ତାରିଖରେ ଲକ୍ଷ୍ମୀପୂଜା ଓ ୨୯ ରେ ଭସାଣି ହେବ। ନଭେମ୍ବର ୧୨ରେ ଶ୍ୟାମାକାଳୀ ପୂଜା ଓ ଦୀପାବଳି ଉତ୍ସବ କରାଯିବ। ନଭେମ୍ବର ୧୪ ରେ ମା’ କାଳୀଙ୍କ ଭସାଣି କରାଯିବ ବୋଲି ସମିତି ତରଫରୁ ପ୍ରକାଶ କରାଯାଇଛି। ଏହି ପ୍ରସ୍ତୁତି ବୈଠକରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍‌ଲା ବୈଠକ ପରିଚାଳନା କରିଥିବା ବେଳେ ସ୍ଥାନୀୟ ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri