ଜୀବିକା ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,(ବ୍ୟୁରୋ)/ଜୟପୁର, ୧୬ା୪(ନି.ପ୍ର.): ମାଓବାଦୀ ଗଡ଼ ଭାବେ ପରିଚିତ କୋରାପୁଟ ଜିଲାର ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ପରିଦର୍ଶନ କରିଛନ୍ତି। ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷିତ ସ୍ବାଭିମାନ ଅଞ୍ଚଳ ସ୍ବତନ୍ତ୍ର ପ୍ୟାକେଜଗୁଡ଼ିକର କ୍ଷେତ୍ର ସ୍ତରର କାର୍ଯ୍ୟକାରିତା ଅନୁଧ୍ୟାନ କରିଥିଲେ। ଉଦ୍ୟାନ ଚାଷ, କୃଷି, ମତ୍ସ୍ୟଚାଷ, ଅଧିବାସୀମାନଙ୍କ ପାଇଁ ବିକଳ୍ପ ଜୀବିକା ନିର୍ବାହ ସୃଷ୍ଟି, କୃଷକଙ୍କ ଆୟ ବୃଦ୍ଧି, ପାନୀୟ ଜଳ ଯୋଗାଣ, ଗୁଣାତ୍ମକ ସ୍ବାସ୍ଥ୍ୟସେବାରେ ଉନ୍ନତି, ଶିକ୍ଷା ଏବଂ ହଷ୍ଟେଲ କମ୍ପ୍ଲେକ୍ସର ବିକାଶ, ଇକୋ-ଟୁରିଜମ୍‌ର ଅଭିବୃଦ୍ଧି, ଜଳସେଚନ, ବିଦ୍ୟୁତୀକରଣ, ସମସ୍ତ ଗ୍ରାମକୁ ସଡ଼କ ସଂଯୋଗ, ଟେଲିକମ୍‌ ସଂଯୋଗ ଆଦି ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷାରୁ ଜଣାପଡ଼ିଛି ଯେ ବହୁ ଲୋକ ମତ୍ସ୍ୟଚାଷ, ବନ ବିଭାଗ ଏବଂ ଉଦ୍ୟାନ କୃଷି ଆଦି କାର୍ଯ୍ୟକୁ ଜୀବିକା ପନ୍ଥା ଭାବେ ଗ୍ରହଣ କରୁଛନ୍ତି। ଏହି ଅଞ୍ଚଳରେ ୭ଟି ଟେଲିଟାୱାର କାର୍ଯ୍ୟ କରୁଛି। ସ୍ବାଭିମାନ ଅଞ୍ଚଳ ୯ଟି ପଞ୍ଚାୟତର ସମସ୍ତ ଘରକୁ ପ୍ରାୟ ୬୦୦୦ ମୋବାଇଲ୍‌ ହ୍ୟାଣ୍ଡସେଟ୍‌ ବଣ୍ଟନ କରାଯାଇଛି। ପ୍ରାୟ ୯୯ ପ୍ରତିଶତ ଅଞ୍ଚଳକୁ ମାଓବାଦୀ କାର୍ଯ୍ୟକଳାପରୁ ମୁକ୍ତ କରାଯାଇଛି। ଏହି ପରିଦର୍ଶନ ସମୟରେ ମୁଖ୍ୟ ଶାସନ ସଚିବ ଚିତ୍ରକୋଣ୍ଡାର ଉଦ୍ୟାନ କୃଷି, ଇକୋ ପାର୍କ, ଲିଫ୍ଟ ଜଳସେଚନ ପ୍ରକଳ୍ପର କାର୍ଯ୍ୟ, ପାନୀୟ ଜଳ ଯୋଗାଣର ଅଗ୍ରଗତି ଏବଂ ୩୩ କେଭି ପାୱାର ସବ୍‌ଷ୍ଟେଶନ ଆଦି ସ୍ଥାନ ବୁଲିବା ବେଳେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ସେ ବିଏସ୍‌ଏଫ୍‌ କ୍ୟାମ୍ପକୁ ଯାଇ କ୍ୟାମ୍ପ ଅଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ। ସେ ଏହି ଅଞ୍ଚଳରେ ସଡ଼କ ସଂଯୋଗ ଏବଂ ସେବା ବିତରଣ ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲୁଙ୍କ ସହ ବହୁସଂଖ୍ୟକ ଲୋକ ଏକାଠି ହୋଇ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ ଏବଂ ବିକାଶମୂଳକ କାର୍ଯ୍ୟ ବିଷୟରେ ସେମାନେ ସେମାନଙ୍କର ଖୁସି ବ୍ୟକ୍ତ କରିଥିଲେ। ସେମାନଙ୍କ ଅଞ୍ଚଳକୁ କୌଣସି ମୁଖ୍ୟ ସଚିବଙ୍କ ଏହା ପ୍ରଥମ ଗସ୍ତ। ଓଡ଼ିଶା ଏବଂ ଛତିଶଗଡ଼କୁ ସଂଯୋଗ କରୁଥିବା ସାବରୀ ନଦୀ ଉପରେ ନିର୍ମାଣାଧୀନ ସେତୁର ଅଗ୍ରଗତି ମଧ୍ୟ ସମୀକ୍ଷା କରିଥିଲେ।
ଶୁକ୍ରବାର ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଜୟପୁରରେ ପହଞ୍ଚତ୍ ବିକାଶମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଅପରାହ୍ନ ୫ଟା୫୦ ମିନିଟରେ ସେ ଜୟପୁର ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ଥିଲେ। ଏଠାରେ ତାଙ୍କୁ ଜିଲାପାଳ ମହମ୍ମଦ ଅବଦୁଲ ଆକ୍ତର, ଏସ୍‌ପି ବରୁଣ ଗୁଣ୍ଠପାଲ୍ଲି, ପିଡି ହେମକାନ୍ତ ସାୟ, ନିର୍ବାହଯନ୍ତ୍ରୀ ଭାସ୍କର ସାମନ୍ତରାୟ, ଉପଜିଲାପାଳ ବେଦବର ପ୍ରଧାନ, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ପ୍ରମୁଖ ସ୍ବାଗତ କରିଥିଲେ। ଏୟାରଷ୍ଟ୍ରିପ୍‌ ବୁଲି ଦେଖିବା ସହ ଦେଢ଼ ମାସ ଭିତରେ ଜୟପୁରରୁ ବିମାନ ଉଡ଼ିବା ନେଇ ସେ ସୂଚନା ଦେଇଥିଲେ। ପରେ ସେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ବଡୁପଜଡ଼ାଠାରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଚିକିତ୍ସାଳୟ ବୁଲି ଦେଖିଥିଲେ। ଚିତ୍ରକୋଣ୍ଡା ଇକୋ ପାର୍କ ପରିଦର୍ଶନ କରି ପାର୍କର ଉନ୍ନତୀକରଣ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲୁ, ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ ବୀରାସେନ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏ ବାଲମୁକୁନ୍ଦ ଭୂୟାଁ, ବିଭାଗୀୟ ବନ ଅଧିକାରୀ ପ୍ରତାପ କୋଟାପାଲି ଏବଂ ମାଲକାନଗିରିର ବରିଷ୍ଠ ଜିଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?