ଜୀବିକା ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,(ବ୍ୟୁରୋ)/ଜୟପୁର, ୧୬ା୪(ନି.ପ୍ର.): ମାଓବାଦୀ ଗଡ଼ ଭାବେ ପରିଚିତ କୋରାପୁଟ ଜିଲାର ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ପରିଦର୍ଶନ କରିଛନ୍ତି। ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷିତ ସ୍ବାଭିମାନ ଅଞ୍ଚଳ ସ୍ବତନ୍ତ୍ର ପ୍ୟାକେଜଗୁଡ଼ିକର କ୍ଷେତ୍ର ସ୍ତରର କାର୍ଯ୍ୟକାରିତା ଅନୁଧ୍ୟାନ କରିଥିଲେ। ଉଦ୍ୟାନ ଚାଷ, କୃଷି, ମତ୍ସ୍ୟଚାଷ, ଅଧିବାସୀମାନଙ୍କ ପାଇଁ ବିକଳ୍ପ ଜୀବିକା ନିର୍ବାହ ସୃଷ୍ଟି, କୃଷକଙ୍କ ଆୟ ବୃଦ୍ଧି, ପାନୀୟ ଜଳ ଯୋଗାଣ, ଗୁଣାତ୍ମକ ସ୍ବାସ୍ଥ୍ୟସେବାରେ ଉନ୍ନତି, ଶିକ୍ଷା ଏବଂ ହଷ୍ଟେଲ କମ୍ପ୍ଲେକ୍ସର ବିକାଶ, ଇକୋ-ଟୁରିଜମ୍‌ର ଅଭିବୃଦ୍ଧି, ଜଳସେଚନ, ବିଦ୍ୟୁତୀକରଣ, ସମସ୍ତ ଗ୍ରାମକୁ ସଡ଼କ ସଂଯୋଗ, ଟେଲିକମ୍‌ ସଂଯୋଗ ଆଦି ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷାରୁ ଜଣାପଡ଼ିଛି ଯେ ବହୁ ଲୋକ ମତ୍ସ୍ୟଚାଷ, ବନ ବିଭାଗ ଏବଂ ଉଦ୍ୟାନ କୃଷି ଆଦି କାର୍ଯ୍ୟକୁ ଜୀବିକା ପନ୍ଥା ଭାବେ ଗ୍ରହଣ କରୁଛନ୍ତି। ଏହି ଅଞ୍ଚଳରେ ୭ଟି ଟେଲିଟାୱାର କାର୍ଯ୍ୟ କରୁଛି। ସ୍ବାଭିମାନ ଅଞ୍ଚଳ ୯ଟି ପଞ୍ଚାୟତର ସମସ୍ତ ଘରକୁ ପ୍ରାୟ ୬୦୦୦ ମୋବାଇଲ୍‌ ହ୍ୟାଣ୍ଡସେଟ୍‌ ବଣ୍ଟନ କରାଯାଇଛି। ପ୍ରାୟ ୯୯ ପ୍ରତିଶତ ଅଞ୍ଚଳକୁ ମାଓବାଦୀ କାର୍ଯ୍ୟକଳାପରୁ ମୁକ୍ତ କରାଯାଇଛି। ଏହି ପରିଦର୍ଶନ ସମୟରେ ମୁଖ୍ୟ ଶାସନ ସଚିବ ଚିତ୍ରକୋଣ୍ଡାର ଉଦ୍ୟାନ କୃଷି, ଇକୋ ପାର୍କ, ଲିଫ୍ଟ ଜଳସେଚନ ପ୍ରକଳ୍ପର କାର୍ଯ୍ୟ, ପାନୀୟ ଜଳ ଯୋଗାଣର ଅଗ୍ରଗତି ଏବଂ ୩୩ କେଭି ପାୱାର ସବ୍‌ଷ୍ଟେଶନ ଆଦି ସ୍ଥାନ ବୁଲିବା ବେଳେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ସେ ବିଏସ୍‌ଏଫ୍‌ କ୍ୟାମ୍ପକୁ ଯାଇ କ୍ୟାମ୍ପ ଅଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ। ସେ ଏହି ଅଞ୍ଚଳରେ ସଡ଼କ ସଂଯୋଗ ଏବଂ ସେବା ବିତରଣ ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲୁଙ୍କ ସହ ବହୁସଂଖ୍ୟକ ଲୋକ ଏକାଠି ହୋଇ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ ଏବଂ ବିକାଶମୂଳକ କାର୍ଯ୍ୟ ବିଷୟରେ ସେମାନେ ସେମାନଙ୍କର ଖୁସି ବ୍ୟକ୍ତ କରିଥିଲେ। ସେମାନଙ୍କ ଅଞ୍ଚଳକୁ କୌଣସି ମୁଖ୍ୟ ସଚିବଙ୍କ ଏହା ପ୍ରଥମ ଗସ୍ତ। ଓଡ଼ିଶା ଏବଂ ଛତିଶଗଡ଼କୁ ସଂଯୋଗ କରୁଥିବା ସାବରୀ ନଦୀ ଉପରେ ନିର୍ମାଣାଧୀନ ସେତୁର ଅଗ୍ରଗତି ମଧ୍ୟ ସମୀକ୍ଷା କରିଥିଲେ।
ଶୁକ୍ରବାର ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଜୟପୁରରେ ପହଞ୍ଚତ୍ ବିକାଶମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଅପରାହ୍ନ ୫ଟା୫୦ ମିନିଟରେ ସେ ଜୟପୁର ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ଥିଲେ। ଏଠାରେ ତାଙ୍କୁ ଜିଲାପାଳ ମହମ୍ମଦ ଅବଦୁଲ ଆକ୍ତର, ଏସ୍‌ପି ବରୁଣ ଗୁଣ୍ଠପାଲ୍ଲି, ପିଡି ହେମକାନ୍ତ ସାୟ, ନିର୍ବାହଯନ୍ତ୍ରୀ ଭାସ୍କର ସାମନ୍ତରାୟ, ଉପଜିଲାପାଳ ବେଦବର ପ୍ରଧାନ, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ପ୍ରମୁଖ ସ୍ବାଗତ କରିଥିଲେ। ଏୟାରଷ୍ଟ୍ରିପ୍‌ ବୁଲି ଦେଖିବା ସହ ଦେଢ଼ ମାସ ଭିତରେ ଜୟପୁରରୁ ବିମାନ ଉଡ଼ିବା ନେଇ ସେ ସୂଚନା ଦେଇଥିଲେ। ପରେ ସେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ବଡୁପଜଡ଼ାଠାରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଚିକିତ୍ସାଳୟ ବୁଲି ଦେଖିଥିଲେ। ଚିତ୍ରକୋଣ୍ଡା ଇକୋ ପାର୍କ ପରିଦର୍ଶନ କରି ପାର୍କର ଉନ୍ନତୀକରଣ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲୁ, ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ ବୀରାସେନ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏ ବାଲମୁକୁନ୍ଦ ଭୂୟାଁ, ବିଭାଗୀୟ ବନ ଅଧିକାରୀ ପ୍ରତାପ କୋଟାପାଲି ଏବଂ ମାଲକାନଗିରିର ବରିଷ୍ଠ ଜିଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କଓ୍ବୋଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri