ଆକ୍ସନ ପ୍ଲାନ୍‌ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୩୦।୩:ଆସନ୍ତା ଜୁନ୍‌ ୨୦ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ବିଗତ ବର୍ଷ ଭଳି ଚଳିତବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ କରିବା ନେଇ ବୁଧବାର ପ୍ରଥମ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସର ସମ୍ମିଳନୀ କକ୍ଷରେ ଏହି ପ୍ରସ୍ତୁତି ବୈଠକ ହୋଇଛି। ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ଷୟ ତୃତୀୟାଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ଆଇନଶୃଙ୍ଖଳା ନେଇ ପ୍ରଥମ ପ୍ରସ୍ତୁତି ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏପ୍ରିଲ ୨୩ରେ ଅକ୍ଷୟ ତୃତୀୟା। ଜୁନ୍‌ ୪ରେ ଦେବସ୍ନାନ ପୂର୍ଣ୍ଣିମା। ଜୁନ୍‌ ୨୦ରେ ରଥଯାତ୍ରା। ୨୮ରେ ବାହୁଡା ଓ ୨୯ତାରିଖରେ ସୁନାବେଶ ଅନୁଷ୍ଠିତ ହେବ। ୨୦୨୩ ରଥଯାତ୍ରାକୁ ନେଇ ପ୍ରସ୍ତୁତ ହୋଇଥିବା ଦିନ, ନୀତିକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରୌଦ୍ରତାପ ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡ ପୋଷ୍ଟ ପ୍ରସ୍ତୁତ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ଓ ପୌରପାଳିକାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତାଗୁଡିକର ଆବଶ୍ୟକ ମରାମତି, ଡ୍ରେନ୍‌ ସଫେଇ ନେଇ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ କୋଭିଡ୍‌ ସ୍ଥିତି ସ୍ବାଭାବିକ ଥିବାବେଳେ ରାଜ୍ୟ ସରକାରଙ୍କ ପରବର୍ତ୍ତୀ କୋଭିଡ୍‌ ନିୟମକୁ ଅନୁପାଳନ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ପରାମର୍ଶ ଦିଆଯାଇଛି ବୋଲି ଜିଲାପାଳ କହିଛନ୍ତି ।
ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷ କରି ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ବଡ଼ଦାଣ୍ଡରେ ରଥ ନିର୍ମାଣ ସୁରୁଖୁରୁରେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ପୌର ପ୍ରଶାସନ ସହ ଆଲୋଚନା କରି ସହରରେ ପାର୍କିଂ ସ୍ଥଳଗୁଡିକ ନିରୂପଣ କରିବା ପାଇଁ ବୈଠକ କରାଯିବ ବୋଲି ଏସ୍‌ପି କହିଛନ୍ତି। ସିନିୟର ସିଟିଜେନ, ସୁପର ସିନିୟର ସିଟିଜେନ, ଦିବ୍ୟାଙ୍ଗଙ୍କ ସୁବିଧା ପାଇଁ ପୋଲିସ ପକ୍ଷରୁ ବିଶେଷ ଧ୍ୟାନ ଦିଆଯାଉଛି। ପୋଲିସ ଓ ସିନିୟର ପୋଲିସ ଅଧିକାରୀ ନିୟୋଜିତ ନେଇ ହେଡ କ୍ୱାର୍ଟର ସହ ଆଲୋଚନା କରାଯିବ। ସାହି କମିଟି ସହ ବୈଠକ କରି ବିଭିନ୍ନ ମତାମତ ନିଆଯାଉଛି। ରଥ ନିର୍ମାଣ ସମୟରେ ରଥ ଚାରିପାଖରେ ବ୍ୟାରିକେଡ ନିର୍ମାଣ ସହ ଭକ୍ତମାନେ ଯେପରି ସୁବିଧାରେ ଯାତାୟାତ କରିବେ ସେଥିପାଇଁ ଏକ କରିଡର ନିର୍ମାଣ କରାଯିବ। ଶ୍ରୀମନ୍ଦିର ନିକଟର ଅଧିବାସୀମାନେ ଯେପରି ସମସ୍ୟାର ସମ୍ମୁଖୀନ ନ ହେବେ ସେନେଇ ଆଲୋଚନା କରାଯାଉଥିବା ଏସ୍‌ପି କେ.ବିଶାଲ ସିଂହ ସୂଚନା ଦେଇଛନ୍ତି। ସେହିପରି ବଡ଼ଦାଣ୍ଡରେ ଥିବା ଅସୁରକ୍ଷିତ କୋଠାଗୁଡିକୁ ଚିହ୍ନଟ କରି ରଥଯାତ୍ରା ପୂର୍ବରୁ ପୂର୍ତ୍ତ ବିଭାଗ ଦ୍ୱାରା ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ। ବୈଠକରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡି, ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ, ମାଧବଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ ପ୍ରଶାସନ ପ୍ରଦୀପ ସାହୁ, ଅତିରିକ୍ତ ଜିଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ ପ୍ରୋଟୋକଲ ଦିଲୀପ ମହାପାତ୍ର, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ପୌରନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ଡେପୁଟି କଲେକ୍ଟର ରାକେଶ ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଜାତା ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri