ଆକ୍ସନ ପ୍ଲାନ୍‌ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୩୦।୩:ଆସନ୍ତା ଜୁନ୍‌ ୨୦ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ବିଗତ ବର୍ଷ ଭଳି ଚଳିତବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ କରିବା ନେଇ ବୁଧବାର ପ୍ରଥମ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସର ସମ୍ମିଳନୀ କକ୍ଷରେ ଏହି ପ୍ରସ୍ତୁତି ବୈଠକ ହୋଇଛି। ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ଷୟ ତୃତୀୟାଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ଆଇନଶୃଙ୍ଖଳା ନେଇ ପ୍ରଥମ ପ୍ରସ୍ତୁତି ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏପ୍ରିଲ ୨୩ରେ ଅକ୍ଷୟ ତୃତୀୟା। ଜୁନ୍‌ ୪ରେ ଦେବସ୍ନାନ ପୂର୍ଣ୍ଣିମା। ଜୁନ୍‌ ୨୦ରେ ରଥଯାତ୍ରା। ୨୮ରେ ବାହୁଡା ଓ ୨୯ତାରିଖରେ ସୁନାବେଶ ଅନୁଷ୍ଠିତ ହେବ। ୨୦୨୩ ରଥଯାତ୍ରାକୁ ନେଇ ପ୍ରସ୍ତୁତ ହୋଇଥିବା ଦିନ, ନୀତିକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରୌଦ୍ରତାପ ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡ ପୋଷ୍ଟ ପ୍ରସ୍ତୁତ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ଓ ପୌରପାଳିକାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତାଗୁଡିକର ଆବଶ୍ୟକ ମରାମତି, ଡ୍ରେନ୍‌ ସଫେଇ ନେଇ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ କୋଭିଡ୍‌ ସ୍ଥିତି ସ୍ବାଭାବିକ ଥିବାବେଳେ ରାଜ୍ୟ ସରକାରଙ୍କ ପରବର୍ତ୍ତୀ କୋଭିଡ୍‌ ନିୟମକୁ ଅନୁପାଳନ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ପରାମର୍ଶ ଦିଆଯାଇଛି ବୋଲି ଜିଲାପାଳ କହିଛନ୍ତି ।
ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷ କରି ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ବଡ଼ଦାଣ୍ଡରେ ରଥ ନିର୍ମାଣ ସୁରୁଖୁରୁରେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ପୌର ପ୍ରଶାସନ ସହ ଆଲୋଚନା କରି ସହରରେ ପାର୍କିଂ ସ୍ଥଳଗୁଡିକ ନିରୂପଣ କରିବା ପାଇଁ ବୈଠକ କରାଯିବ ବୋଲି ଏସ୍‌ପି କହିଛନ୍ତି। ସିନିୟର ସିଟିଜେନ, ସୁପର ସିନିୟର ସିଟିଜେନ, ଦିବ୍ୟାଙ୍ଗଙ୍କ ସୁବିଧା ପାଇଁ ପୋଲିସ ପକ୍ଷରୁ ବିଶେଷ ଧ୍ୟାନ ଦିଆଯାଉଛି। ପୋଲିସ ଓ ସିନିୟର ପୋଲିସ ଅଧିକାରୀ ନିୟୋଜିତ ନେଇ ହେଡ କ୍ୱାର୍ଟର ସହ ଆଲୋଚନା କରାଯିବ। ସାହି କମିଟି ସହ ବୈଠକ କରି ବିଭିନ୍ନ ମତାମତ ନିଆଯାଉଛି। ରଥ ନିର୍ମାଣ ସମୟରେ ରଥ ଚାରିପାଖରେ ବ୍ୟାରିକେଡ ନିର୍ମାଣ ସହ ଭକ୍ତମାନେ ଯେପରି ସୁବିଧାରେ ଯାତାୟାତ କରିବେ ସେଥିପାଇଁ ଏକ କରିଡର ନିର୍ମାଣ କରାଯିବ। ଶ୍ରୀମନ୍ଦିର ନିକଟର ଅଧିବାସୀମାନେ ଯେପରି ସମସ୍ୟାର ସମ୍ମୁଖୀନ ନ ହେବେ ସେନେଇ ଆଲୋଚନା କରାଯାଉଥିବା ଏସ୍‌ପି କେ.ବିଶାଲ ସିଂହ ସୂଚନା ଦେଇଛନ୍ତି। ସେହିପରି ବଡ଼ଦାଣ୍ଡରେ ଥିବା ଅସୁରକ୍ଷିତ କୋଠାଗୁଡିକୁ ଚିହ୍ନଟ କରି ରଥଯାତ୍ରା ପୂର୍ବରୁ ପୂର୍ତ୍ତ ବିଭାଗ ଦ୍ୱାରା ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ। ବୈଠକରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡି, ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ, ମାଧବଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ ପ୍ରଶାସନ ପ୍ରଦୀପ ସାହୁ, ଅତିରିକ୍ତ ଜିଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ ପ୍ରୋଟୋକଲ ଦିଲୀପ ମହାପାତ୍ର, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ପୌରନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ଡେପୁଟି କଲେକ୍ଟର ରାକେଶ ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଜାତା ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri