୨ ମାସରେ ପୂରଣ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪ା୮:ଓଡ଼ିଶା ହ୍ୟୁମାନ ରାଇଟ୍‌ସ କମିଶନ (ଓଏଚ୍‌ଆର୍‌ସି)ରେ ଖାଲି ପଡିଥିବା ସଦସ୍ୟ ପଦବୀ ଆସନ୍ତା ୨ ମାସ ମଧ୍ୟରେ ପୂରଣ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି।
ସୂଚନା ଅନୁଯାୟୀ, ଓଏଚ୍‌ଆର୍‌ସିରେ ସଦସ୍ୟ ପଦବୀ ଖାଲି ପଡ଼ିବା ନେଇ ଆଇନଜୀବୀ ପ୍ରବୀର ଦାସ ହାଇକୋର୍ଟରେ ଗତ ମେ’ ୫ ତାରିଖରେ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ହାଇକୋର୍ଟ ଏହାର ଶୁଣାଣି କରି ଅଗଷ୍ଟ ୩ ତାରିଖ ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ନିର୍ଦ୍ଧାରିତ ସମୟ ସୁଦ୍ଧା ପଦବୀ ପୂରଣ ହୋଇ ନ ଥିବାବେଳେ ରାଜ୍ୟ ସରକାର ଏକ ସତ୍ୟପାଠ ଜରିଆରେ ତୁରନ୍ତ ପଦବୀ ପୂରଣ କରାଯିବା ସମ୍ପର୍କରେ ପଦକ୍ଷେପ ନିଆଯାଉଥିବା ଦର୍ଶାଇଛନ୍ତି। ଜୁଲାଇ ୩୧ ତାରିଖରେ ରାଜ୍ୟ ଆଇନ ବିଭାଗର ଅଣ୍ଡର ସେକ୍ରେଟାରି ରାଜକିଶୋର ରାଉତଙ୍କ ଚିଠି ଅନୁଯାୟୀ ଏହି ପଦବୀ ପୂରଣ ରାଜ୍ୟ ସରକାରଙ୍କ ସକ୍ରିୟ ବିଚାରାଧୀନ ରହିଥିବା ଦର୍ଶାଯାଇଛି। ସରକାରୀ ଓକିଲ ଦେବକାନ୍ତ ମହାନ୍ତିଙ୍କୁ ଆଇନ ବିଭାଗ ଏହି ଚିଠି ଲେଖିଥିବା ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ଜଷ୍ଟିସ୍‌ ରଘୁବୀର ଦାସ ତାଙ୍କ ପଦବୀରୁ ଗତ ଫେବୃୟାରୀ ୯ରେ ଇସ୍ତଫା ଦେଇଥିଲେ। ଏହାପରଠାରୁ ଉକ୍ତ ସଦସ୍ୟ ପଦବୀ ଖାଲିପଡିଛି। ଉକ୍ତ ସଦସ୍ୟ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ପ୍ରବୀର ଦାସ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ଓଏଚ୍‌ଆର୍‌ସି ସଚିବଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri