୨ ମାସରେ ପୂରଣ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪ା୮:ଓଡ଼ିଶା ହ୍ୟୁମାନ ରାଇଟ୍‌ସ କମିଶନ (ଓଏଚ୍‌ଆର୍‌ସି)ରେ ଖାଲି ପଡିଥିବା ସଦସ୍ୟ ପଦବୀ ଆସନ୍ତା ୨ ମାସ ମଧ୍ୟରେ ପୂରଣ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି।
ସୂଚନା ଅନୁଯାୟୀ, ଓଏଚ୍‌ଆର୍‌ସିରେ ସଦସ୍ୟ ପଦବୀ ଖାଲି ପଡ଼ିବା ନେଇ ଆଇନଜୀବୀ ପ୍ରବୀର ଦାସ ହାଇକୋର୍ଟରେ ଗତ ମେ’ ୫ ତାରିଖରେ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ହାଇକୋର୍ଟ ଏହାର ଶୁଣାଣି କରି ଅଗଷ୍ଟ ୩ ତାରିଖ ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ନିର୍ଦ୍ଧାରିତ ସମୟ ସୁଦ୍ଧା ପଦବୀ ପୂରଣ ହୋଇ ନ ଥିବାବେଳେ ରାଜ୍ୟ ସରକାର ଏକ ସତ୍ୟପାଠ ଜରିଆରେ ତୁରନ୍ତ ପଦବୀ ପୂରଣ କରାଯିବା ସମ୍ପର୍କରେ ପଦକ୍ଷେପ ନିଆଯାଉଥିବା ଦର୍ଶାଇଛନ୍ତି। ଜୁଲାଇ ୩୧ ତାରିଖରେ ରାଜ୍ୟ ଆଇନ ବିଭାଗର ଅଣ୍ଡର ସେକ୍ରେଟାରି ରାଜକିଶୋର ରାଉତଙ୍କ ଚିଠି ଅନୁଯାୟୀ ଏହି ପଦବୀ ପୂରଣ ରାଜ୍ୟ ସରକାରଙ୍କ ସକ୍ରିୟ ବିଚାରାଧୀନ ରହିଥିବା ଦର୍ଶାଯାଇଛି। ସରକାରୀ ଓକିଲ ଦେବକାନ୍ତ ମହାନ୍ତିଙ୍କୁ ଆଇନ ବିଭାଗ ଏହି ଚିଠି ଲେଖିଥିବା ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ଜଷ୍ଟିସ୍‌ ରଘୁବୀର ଦାସ ତାଙ୍କ ପଦବୀରୁ ଗତ ଫେବୃୟାରୀ ୯ରେ ଇସ୍ତଫା ଦେଇଥିଲେ। ଏହାପରଠାରୁ ଉକ୍ତ ସଦସ୍ୟ ପଦବୀ ଖାଲିପଡିଛି। ଉକ୍ତ ସଦସ୍ୟ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ପ୍ରବୀର ଦାସ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ଓଏଚ୍‌ଆର୍‌ସି ସଚିବଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri