ଦାୟିତ୍ୱ ହସ୍ତାନ୍ତର ପାଇଁ ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ

ବରୀ,୩୧।୩(ଡି.ଏନ.ଏ.): ବରୀ ଶିକ୍ଷା ମଣ୍ଡଳ ଅଧୀନ ଅଲିଆବାଦ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏସ୍‌କେ ଜାଭିରଉଦ୍ଦିନ ପରୀକ୍ଷା ସମୟରେ ନିଜ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ସମୟରେ ପରୀକ୍ଷା ଚାଲିଥିବାରୁ କେତେଜଣ ଛାତ୍ରୀଛାତ୍ର ପରୀକ୍ଷା ନ ଦେଇ ଫେରି ଆସିଥିଲେ। ଏ ବିଷୟରେ ଛାତ୍ରୀଛାତ୍ରମାନଙ୍କଠାରୁ ଖବର ପାଇବା ପରେ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଖବର ପାଇ ସାଧନକେନ୍ଦ୍ର ସଂଯୋଜକ ତାରାକାନ୍ତ ମଲ୍ଲିକ ପହଞ୍ଚତ୍ ଧାରଣାରତ ଛାତ୍ରୀଛାତ୍ର,ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ। ଉଭୟ ଛାତ୍ରୀଛାତ୍ର ଓ ଅଭିଭାବକମାନେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବାକୁ ଦାବି କରିବା ପରେ ସାଧନକେନ୍ଦ୍ର ସଂଯୋଜକ ମଲିକ ପ୍ରଧାନଶିକ୍ଷକଙ୍କୁ ଛୁଟିରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ଏ ସଂକ୍ରାନ୍ତରେ ଧରିତ୍ରୀରେ ୨୭। ୦୨। ୨୦୨୩ରେ ଖବର ପ୍ରକାଶିତ ହେବା ପରେ ଶିକ୍ଷା ବିଭାଗ ତରଫରୁ ଏହାକୁ ଗୁରୁତ୍ୱ ଦିଆଯାଇଥିଲା। ଏହା ସହିତ ସଂଯୋଜକ ମଲ୍ଲିକଙ୍କ ରିପୋର୍ଟକୁ ଭିତ୍ତିକରି ଜିଲା ଶିକ୍ଷାଧିକାରୀ ଅତିରିକ୍ତ ଶିକ୍ଷାଧିକାରୀଙ୍କୁ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଶିକ୍ଷାଧିକାରୀ ତଦନ୍ତ କରିବା ପରେ ରିପୋର୍ଟ ପ୍ରଦାନ କରିଥିଲେ। ଜିଲା ଶିକ୍ଷାଧିକାରୀଙ୍କ ପତ୍ର ସଂଖ୍ୟା ୪୨୧୭ ତା ୨୮। ୦୩। ୨୦୨୩ ରିଖରେ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷକଙ୍କୁ ପତ୍ର ପାଇବାର ୩ ମଧ୍ୟରେ ସହକାରୀ ଶିକ୍ଷକ ଗୁଣନିଧି ଦାସଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ସାମାଜିକ କର୍ମୀ ତରୁଣ କୁମାର ଦାସ, କବିର ଦାସ, ମହେନ୍ଦ୍ର ଜେନାଙ୍କ ନେତୃତ୍ୱରେ ଏହି ଧାରଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri