ସ୍ବତନ୍ତ୍ର କ୍ୟାବିନ୍‌ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୫।୧(ଡି.ଏନ୍‌.ଏ.): ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଦୀର୍ଘବର୍ଷ ଧରି ଛତ୍ରପୁର ହସ୍ପିଟାଲ ପରିସରରେ ଥିବା ସ୍ବତନ୍ତ୍ର କ୍ୟାବିନ ଜରାଜୀର୍ଣ୍ଣ ଅବସ୍ଥାରେ ବନ୍ଦ ରହିଛି। ଉକ୍ତ ୫ ଟି ସ୍ବତନ୍ତ୍ର କ୍ୟାବିନକୁ ଆସନ୍ତା ୧୫ ଦିନ ମଧ୍ୟରେ କାର୍ଯ୍ୟକ୍ଷମ କରିବାକୁ ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି କ୍ୟାବିନର ଭଡା ୨୦୦ ଟଙ୍କା ରଖିବାକୁ ବୈଠକରେ ସର୍ବସମ୍ମତି ନିଷ୍ପତ୍ତି ନିଆଯାଇଛି। ହାଇସ୍କୁଲ ଭଳି ୫-ଟି ଆଧାରରେ ଛତ୍ରପୁର ହସ୍ପିଟାଲର ରୂପାନ୍ତକରଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବୈଠକରେ ସୂଚନା ଦିଆଯାଇଥିଲା । ଏଥିପାଇଁ ଡିଜାଇନ ପ୍ରସ୍ତୁତ ହେବ ଏବଂ ଏହାର କାମ ଆରମ୍ଭ ହେବ। ବୈଠକରେ କେତେଜଣ ସରକାରୀ ଅଧିକାରୀ ଅନୁପସ୍ଥିତ ଥିବାରୁ ଉପଜ଼ିଲାପାଳ ନାପସନ୍ଦ କରିଥିଲେ। ଏଣିକି ଅନୁପସ୍ଥିତ ରହିଲେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କୁହାଯାଇଥିଲା। ହସ୍ପିଟାଲ ଆଉଟଡୋର ନିକଟରେ ୧୦୮ ଆମ୍ବୁଲାନ୍ସ ରଖିବାକୁ ସ୍ଥିର ହୋଇଛି। ଜଣେ ଲ୍ୟାବ୍‌ ଟେକ୍‌ନିସିଆନ ଥିବାରୁ ବିଭିନ୍ନ ରକ୍ତ ପରୀକ୍ଷାରେ ବିଳମ୍ବ ହେଉଛି। ତେଣୁ ସେଠାରେ ୩ ଜଣଙ୍କୁ ରଖିବାକୁ ପ୍ରସ୍ତାବ ଦିଆଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ କାହ୍ନୁ ଗୌଡ଼, ହସ୍ପିଟାଲ ମ୍ୟାନେଜର ସନ୍ତୋଷ କୁମାର ପଣ୍ଡା, ସମିତି ସଦସ୍ୟ ବିଜୟ ପଟ୍ଟନାୟକ, ଏସ୍‌. ରେଖା ମହାନ୍ତି,
ବସନ୍ତ କୁମାର ମହାରଣା ଏବଂ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri