୨୯ ସୁଦ୍ଧା ତଥ୍ୟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୪ା୯: ପୋଲିସ ତଦନ୍ତରେ ମନ୍ଥରତା କରୁଥିବା ନେଇ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଦ୍ୱାରା ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ସରକାରୀ ଓକିଲ ମାମଲା ସମ୍ପର୍କିତ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ଆସନ୍ତା ୨୯ ତାରିଖକୁ ଧାର୍ଯ୍ୟ ହୋଇଛି।
ଅନୁସାରେ, ଗତ ଜୁଲାଇ ୨୩ ତାରିଖରେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ଖାରବେଳ ନଗର ପୋଲିସରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତରେ ପୋଲିସର ମନ୍ଥରତା ଅଭିଯୋଗ କରି ଅଗଷ୍ଟ ୨୩ରେ ପ୍ରକୃତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିରେ ଗୃହ ସଚିବ ଓ ଖାରବେଳ ନଗର ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ପ୍ରକୃତି ଜୁଲାଇ ୨୩ ତାରିଖ ସକାଳେ ଚେନ୍ନାଇ ଯିବା ପାଇଁ କାର୍‌ ଯୋଗେ ଭୁବନେଶ୍ୱର ବିମାନବନ୍ଦରକୁ ଯାଉଥିବାବେଳେ ବାବୁସାନ୍‌ଙ୍କ ସ୍ତ୍ରୀ ତୃପ୍ତି ଅନ୍ୟମାନଙ୍କ ସହଯୋଗରେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ତାଙ୍କର ଚରିତ୍ର ସଂହାର କରାଯିବା ସହ ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ବଦ୍‌ନାମ କରାଯାଇଥିଲା।
ଏନେଇ ପ୍ରକୃତିଙ୍କ ମା’ ଖାରବେଳନଗର ଥାନାରେ ତୃପ୍ତି ଓ ତାଙ୍କ ବାପା ଲଳିତ ଶତପଥୀଙ୍କ ନାମରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଖାରବେଳନଗର ଥାନାରେ ଏକ ମାମଲା ରୁଜୁ ହୋଇଥିଲା । ମାତ୍ର ଏକ ମାସ ବିତିଯିବା ପରେ ବି ଉକ୍ତ ମାମଲାର ଅଗ୍ରଗତି ହେଉ ନ ଥିବା, ପୋଲିସ ତଦନ୍ତରେ ମନ୍ଥରତା ପ୍ରଦର୍ଶନ କରୁଥିବା ଓ ଯେଉଁସବୁ ଦଫା ଲଗାଇବା କଥା ତାହା କରୁ ନ ଥିବା ପ୍ରକୃତି ଅଭିଯୋଗ କରିଥିଲେ। ଆବେଦନକାରୀ ପ୍ରକୃତିଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri