ମାସେ ମଧ୍ୟରେ କାର୍ଯ୍ୟକାରୀ ପାଇଁ ପୌର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୩୦ା୯: ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡା ପଞ୍ଚାୟତ ଓ ୩ ଗ୍ରାମକୁ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ରେ ସାମିଲ ନେଇ ହାଇକୋର୍ଟ ଅଦାଲତ ଅବମାନନା ମାମଲାର ବିଚାର କରି ମାସେ ମଧ୍ୟରେ ଆଦେଶ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସହର ତଳି ଅଞ୍ଚଳ ମିିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି, ସହର ସନିକଟ ଅଞ୍ଚଳ ଓ ବିଏମ୍‌ସି ପାର୍ଶ୍ୱବର୍ତ୍ତୀ ୧୮ ପଞ୍ଚାୟତକୁ ବିଏମ୍‌ସିରେ ସାମିଲ ନେଇ ରାଜ୍ୟ ସରକାର ବୈଧାନିକ ନିଷ୍ପତ୍ତି ନେବାରେ ବିଫଳ ହେବାରୁ କମିଟି ପକ୍ଷରୁ ୨୦୨୧ ଡିସେମ୍ବର ୧୨ରେ ହାଇକୋର୍ଟରେ ରିଟ ପିଟିଶନ ଦାଖଲ କରାଯାଇଥିଲା। ଏହି ମାମଲାର ବିଚାର କରି ହାଇକୋର୍ଟ ଜାନୁୟାରୀ ୧ରେ ରାଜ୍ୟ ପାୈର ପ୍ରଶାସନ ନିର୍ଦ୍ଦେଶକଙ୍କୁ ଉପରୋକ୍ତ ପଞ୍ଚାୟତ ଓ ୩ ଗ୍ରାମକୁ ମହାନଗରରେ ସାମିଲ ନେଇ ୩ ମାସ ମଧ୍ୟରେ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ପାୈର ନିର୍ଦ୍ଦେଶକ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ କମିଟି ପକ୍ଷରୁ ଅଗଷ୍ଟ ୮ରେ ହାଇକୋର୍ଟରେ ଅଦାଲତ ଅବମାନନା ରୁଜୁ କରାଯାଇଥିଲା। ଯାହାର ଶୁଣାଣି ଗତ ୨୬ ତାରିଖରେ ବିଚାରପତି ବିଶ୍ୱନାଥ ରଥ ପୌର ପ୍ରଶାସନ ନିର୍ଦ୍ଦେଶକଙ୍କୁ ୧ ମାସ ମଧ୍ୟରେ ପୂର୍ବ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ କହିଛନ୍ତି, ରାଜ୍ୟ ସରକାର ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ମାନ ଜଣାଇ ସହର ତଳି ଅଞ୍ଚଳ ମିଶ୍ରଣ ନେଇ ପଦକ୍ଷେପ ନେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?