Posted inଜାତୀୟ

ଶାନ୍ତି ବଜାୟ ରଖିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦ା୧୧: ଉତ୍ତରପ୍ରଦେଶର ସମ୍ଭଲରେ ଥିବା ମୋଗଲ ଯୁଗର ଶାହି ଜାମା ମସ୍‌ଜିଦ ମାମଲାରେ ସମସ୍ତ କାର୍ଯ୍ୟାନୁଷ୍ଠାନ ଓ ସର୍ଭେକୁ ସାମୟିକ ଭାବେ ବନ୍ଦ ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ସମ୍ଭଲ ଟ୍ରାଏଲ୍‌ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ହିଂସା ପ୍ରଭାବିତ ସମ୍ଭଲରେ ଶାନ୍ତି ଓ ସଦ୍‌ଭାବ ବଜାୟ ରଖିବା ପାଇଁ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମସ୍‌ଜିଦ ସ୍ଥାନରେ ପୂର୍ବରୁ ହରିହର ମନ୍ଦିର ଥିଲା। ମୋଗଲ ସମ୍ରାଟ ବାବର ୧୫୨୬ରେ ଏହାକୁ ଭାଙ୍ଗି ମସ୍‌ଜିଦ ନିର୍ମାଣ କରିଥିବା ହିନ୍ଦୁପକ୍ଷ ଦାବି କରିଥିବାବେଳେ ଗତ ୧୯ରେ ସମ୍ଭଲର ସିଭିଲ ଜଜ୍‌ (ସିନିୟର ଡିଭିଜନ)ଙ୍କ କୋର୍ଟ ମସ୍‌ଜିଦର ସର୍ଭେ ପାଇଁ ଆଡଭୋକେଟ କମିଶନରଙ୍କୁ କହିଥିଲେ। ୨୪ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସର୍ଭେ କାର୍ଯ୍ୟ ଆରମ୍ଭ ହେବାରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଏହି ସଂଘର୍ଷରେ ୪ ଜଣଙ୍କ ଜୀବନ ଯିବା ସହ ଅନେକେ ଆହତ ହୋଇଥିଲେ। ତେବେ ସମ୍ଭଲ ଜିଲାରେ ଶାନ୍ତି ବଜାୟ ରଖିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ସଞ୍ଜୟ କୁମାରଙ୍କ ଖଣ୍ଡପୀଠ କହିଛନ୍ତି। ଆଡଭୋକେଟ କମିଶନରଙ୍କ ଦ୍ୱାରା ପ୍ରସ୍ତୁତ ସର୍ଭେ ରିପୋର୍ଟକୁ ଜଉମୁଦ ଲଫାପାରେ ରଖିବା ଏବଂ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ନ ଖୋଲିବାକୁ ଖଣ୍ଡପୀଠ କହିଛନ୍ତି। ସେହିପରି କୋର୍ଟ ସର୍ଭେ ନିର୍ଦ୍ଦେଶ ବିରୋଧରେ ଶାହି ଜାମା ମସ୍‌ଜିଦ କମିଟି ଦାଏର କରିଥିବା ପିଟିଶନକୁ ୩ କାର୍ଯ୍ୟ ଦିବସ ମଧ୍ୟରେ ଆଲ୍ଲାହାବାଦ ହାଇକୋର୍ଟରେ ଶୁଣାଣି ପାଇଁ ତାଲିକାଭୁକ୍ତ କରାଇବା ନିମନ୍ତେ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ କେ.ଏମ୍‌. ନଟରାଜ ଏଥିପାଇଁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri