ମିଶନ ମୋଡ୍‌ରେ ପିଲାଙ୍କୁ ଟିକାକରଣ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧: ଡେଲ୍ଟା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଭର୍ଚୁଆଲ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ୧୫ରୁ ୧୮ ବର୍ଷ ପିଲାଙ୍କ ଟିକାକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ପିଲାମାନଙ୍କୁ ମିଶନ ମୋଡ୍‌ରେ ଟିକାଦାନ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ, କ୍ୟାବିନେଟ ସଚିବ, ସ୍ବରାଷ୍ଟ୍ର ସଚିବ, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ସଚିବ, ରେଲଓ୍ବେ ବୋର୍ଡ ଅଧ୍ୟକ୍ଷ ପ୍ରମୁଖ ଯୋଗ ଦେଇଥିଲେ। ଜିଲା ସ୍ତରରେ ପର୍ଯ୍ୟାପ୍ତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ସୁନିଶ୍ଚିତ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ଭୂତାଣୁ ବାରମ୍ବାର ରୂପ ବଦଳାଉଥିବାରୁ ପରୀକ୍ଷା, ଟିକା, ଜିନୋମ ସିକ୍ୱେନ୍ସିଂ ସମେତ ଚିକିତ୍ସା ଉପରେ ଲଗାତାର ବୈଜ୍ଞାନିକ ଗବେଷଣା ଆବଶ୍ୟକ। କୋଭିଡ୍‌ ଚିକିତ୍ସା ବେଳେ ଅଣକୋଭିଡ୍‌ ରୋଗୀଙ୍କ ସେବା ଯେପରି ଜାରି ରହେ ତାହା ସୁନିଶ୍ଚିତ କରିବା ଏବଂ ଟେଲିମେଡିସିନ୍‌ର ସହାୟତା ନେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମହାମାରୀ ବିରୋଧରେ ଲଢ଼େଇ ପାଇଁ ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ବଜାୟ ରଖିବା ଆଦି କୋଭିଡ୍‌ ଆଦବକାଇଦାକୁ ଜନଆନ୍ଦୋଳନରେ ପରିଣତ କରିବାକୁ ହେବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri