ଅସହ୍ୟ ତାତିରେ ଲୋକେ ଆଉଟୁପାଉଟ

ଧର୍ମଶାଳା,୨୧ା୪(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ବିଶେଷ କରି ଧର୍ମଶାଳା ବ୍ଲକର ପାହାଡିଆ ଅଞ୍ଚଳରେ ପୂର୍ବାହ୍ନ ୧୦ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏଭଳି ଅବସ୍ଥାରେ ଦିନ ମଜୁରିଆମାନେ ବିଷେଶ ଭାବେ ହଇରାଣ ହରକାତ ହେଉଛନ୍ତି। ବିଗତ ସପ୍ତାହେ ହେଲା ଏଭଳି ଅସହ୍ୟ ତାତି ଲାଗିରହିଥିବାବେଳେ ବିଜୁଳିର ଲୁଚକାଳି ଖେଳ ଗୁଳୁଗୁଳିକୁ ଦ୍ୱିଗୁଣିତ କରିଛି। ପୂର୍ବାହ୍ନ ୧୧ଟା ବାଜିଲେ ଦୋକନା ବଜାର ବନ୍ଦ ହେଇଯାଉଛି। ସେହିପରି ତାତି ଯୋଗୁ ଜଳପତନ ହ୍ରାସ ପାଇବାରୁ ଅନେକ ସ୍ଥାନରେ ନଳକୂପରେ ପାଣି ବାହାରୁ ନ ଥିବା ଦେଖିବାକୁ ମିଳୁଛି। ପାଣି ମୁନ୍ଦାଏ ପାଇଁ ଲୋକେ ଡହଳବିକଳ ହେଉଛନ୍ତି। ବିଭିନ୍ନ ଛକ ବଜାରରେ ଜଳଛତ୍ର ଖୋଲାଯାଇଥିଲେ ହେଁ ପୂର୍ବାହ୍ନ ୧୧ଟା ପରେ ବଜାର ଓ ଛକଗୁଡିକ ଶୂନଶାନ ହୋଇପଡୁଥିବାରୁ ଜଳଛତ୍ରଗୁଡିକୁ ବନ୍ଦ ରଖାଯାଉଥିବା ଦେଖିବାକୁ ମିଳୁଛି। ଆଗକୁ ଏଭଳି ତାତି ଜାରି ରହିଲେ ଅନେକ ଲୋକ ଅଂଶୁଘାତର ଶିକାର ହେବା ସମ୍ଭାବନା ରହିଛି। ଏଥିପ୍ରତି ବ୍ଲକ ପ୍ରଶାସନ ଓ ମେଡିକାଲ ଟିମ ସଜାଗ ରହିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri