‘ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହେଲାଣି’

ଭୁବନେଶ୍ବର, ୨ା୧୨(ବ୍ୟୁରୋ): ଭାଜପା ଏମ୍‌ପି ଜୁଏଲ ଓରାମ ଜଣେ ନାରୀଙ୍କୁ ଅପମାନ କରିଛନ୍ତି । ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହୋଇଗଲାଣି ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ଶ୍ରୀମୟୀ କହିଛନ୍ତି, ଜୁଏଲ ଓରାମ ପଦ୍ମପୁରର ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହାଙ୍କ ବିରୋଧରେ ଯେଉଁ ମନ୍ତବ୍ୟ ଦେଇଛନ୍ତି, ତାହା ଅତ୍ୟନ୍ତ ଅଶାଳୀନ, ଅରୁଚିକର। ଏହା ଜୁଏଲଙ୍କ କୁତ୍ସିତ ମାନସିକତାର ପରିଚୟ। ଏହା କେବଳ ବର୍ଷାଙ୍କ ପ୍ରତି ଅପମାନ ନୁହେଁ, ସମଗ୍ର ନାରି ଜାତି ପ୍ରତି ଅପମାନ। ଏହା ପୂର୍ବରୁ ପ୍ରଦୀପ ପୁରୋହିତ ଏବଂ ଜୟନାରାୟଣ ମିଶ୍ର ମଧ୍ୟ ବର୍ଷାଙ୍କ ପ୍ରତି ଏଭଳି ମନ୍ତବ୍ୟ ଦେଇ ତାଙ୍କୁ ଅପମାନିତ କରିବାକୁ ଚେଷ୍ଟା କରିଥିଲେ। ସେମାନେ କ’ଣ ତାଙ୍କ ଘରେ ନାରୀମାନଙ୍କ ପ୍ରତି ଏଭଳି ଅଶାଳୀନ ମନ୍ତବ୍ୟ ଦିଅନ୍ତି କି ବୋଲି ଶ୍ରୀମୟୀ ପ୍ରଶ୍ନ କରିଛନ୍ତି । କିଛି ଦିନ ତଳେ ଜୁଏଲ ତାଙ୍କ ଝିଅ ବୟସର ଜଣେ ନେତ୍ରୀଙ୍କୁ ଅସଦାଚରଣ କରିଥିଲେ। ଏଥିପାଇଁ ଉକ୍ତ ନେତ୍ରୀ ଜଣକ ଥାନାରେ ଏତଲା ଦେବା ସହ ଗଣମାଧ୍ୟମରେ ଏ ବିଷୟରେ ପ୍ରକାଶ କରି ଜୁଏଲଙ୍କ ଅସଲ ରୂପକୁ ପଦାରେ ପକାଇ ଦେଇଥିଲେ। ଜୁଏଲଙ୍କ ଏଭଳି କାରନାମା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା ଏବଂ ତାଙ୍କୁ କିଛିଦିନ ଏଥିପାଇଁ ଲୁଚିବାକୁ ମଧ୍ୟ ପଡ଼ିଥିଲା। ଯେଉଁମାନେ ଜଣେ ମାଟିର ଝିଅକୁ ଅଶାଳୀନ ମନ୍ତବ୍ୟ ଦେଇ ବାରମ୍ବାର ଏଭଳି ଅପମାନିତ କରିବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ପଦ୍ମପୁରବାସୀ ଆସନ୍ତା ୫ ତାରିଖରେ ଉଚିତ ଜବାବ ଦେବେ ବୋଲି ଶ୍ରୀମୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri