Posted inଜାତୀୟ

ମାଳଦ୍ୱୀପ ବାସନ୍ଦ ଚର୍ଚ୍ଚା ଜୋର୍‌ ଧରିଲା, ଅପମାନକୁ କଦାପି ବରଦାସ୍ତ କରାଯିବନି: ଲାକ୍ଷାଦ୍ୱୀପ ପ୍ରଶାସନ

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ମାଳଦ୍ୱୀପ ମନ୍ତ୍ରୀଙ୍କ ଅପମାନଜନକ ମନ୍ତବ୍ୟ ପରେ ସୋସିଆଲ ମିଡିଆରେ ‘ମାଳଦ୍ୱୀପ ବର୍ଜନ’ ଚର୍ଚ୍ଚା ଜୋର୍‌ ଧରିଛି। ମାଳଦ୍ୱୀପ ବଦଳରେ ଭାରତର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲାକ୍ଷାଦ୍ୱୀପ ବେଳାଭୂମିକୁ ପର୍ଯ୍ୟଟନ ସ୍ଥଳ ଭାବେ ବାଛିବାକୁ କୁହାଯାଉଛି। ଅକ୍ଷୟ କୁମାର, ସଲମାନ୍‌ ଖାନ୍‌, ଶ୍ରଦ୍ଧା କପୁର, ହାର୍ଦ୍ଦିକ ପାଣ୍ଡ୍ୟା, ସଚିନ ତେନ୍ଦୁଲକର ଓ ଅନ୍ୟ ସେଲିବ୍ରିଟିମାନେ ପ୍ରଧାନମନ୍ତ୍ରୀଙ୍କ ଲାକ୍ଷାଦ୍ୱୀପ ଆହ୍ବାନକୁ ସମର୍ଥନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନିକଟରେ ଲାକ୍ଷାଦ୍ୱୀପ ଗସ୍ତରେ ଯାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ସହ ଯେଉଁମାନେ ରୋମାଞ୍ଚକୁ ଭଲ ପାଆନ୍ତି, ସେମାନେ ନିଶ୍ଚିତ ଭାବେ ଲାକ୍ଷାଦ୍ୱୀପ ଆସିବା ଉଚିତ ବୋଲି ଲେଖିଥିଲେ। ସେମାନେ ମାଳଦ୍ୱୀପକୁ ନିନ୍ଦା କରିବା ସହ ଘୃଣାକୁ ବରଦାସ୍ତ କରାଯିବନାହିଁ ବୋଲି ଅକ୍ଷୟ କୁମାର ଏକ୍ସ’ରେ ଲେଖିଥିଲେ। ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚନ ମଧ୍ୟ ପର୍ଯ୍ୟଟନ ସ୍ଥଳ ଭାବେ ଲାକ୍ଷାଦ୍ୱୀପର ପ୍ରଚାର ପ୍ରସାର ଅଭିଯାନରେ ସେମାନଙ୍କ ସହ ହାତ ମିଳାଇଛନ୍ତି। ସେ ଲାକ୍ଷାଦ୍ୱୀପର ଚମତ୍କାର ସୌନ୍ଦର୍ଯ୍ୟସ୍ଥଳର ଉଚ୍ଚ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାକ୍ଷାଦ୍ୱୀପ ଗସ୍ତରେ ଯାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପରେ ମାଳଦ୍ୱୀପର ୩ ଜଣ ମନ୍ତ୍ରୀ ତାଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ବିବାଦ ଲାଗି ରହିଥିବାବେଳେ ବହିର୍ବ୍ୟାପାର ମନ୍ତ୍ରଣାଳୟ ସୋମବାର ମାଳଦ୍ୱୀପ ରାଷ୍ଟ୍ରଦୂତ ଇବ୍ରାହିମ୍‌ ଶାହିବଙ୍କୁ ଡକାଇ ଭାରତର ପ୍ରତିବାଦ ଜଣାଇଦେଇଛି। ଏହାର କିଛି ସମୟ ପରେ ମାଳଦ୍ୱୀପରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ମୁନୁ ମହାଓ୍ବର ସେଠାର ବହିର୍ବ୍ୟାପାର ମନ୍ତ୍ରଣାଳୟର ଅଧିକାରୀମାନଙ୍କୁ ଭେଟି ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରତି ମାଳଦ୍ୱୀପ ମନ୍ତ୍ରୀଙ୍କ ମନ୍ତବ୍ୟ ଭାରତର ମର୍ଯ୍ୟାଦାକୁ ଚ୍ୟାଲେଞ୍ଜ କରିଥିବା ଲାକ୍ଷାଦ୍ୱୀପ ପ୍ରଶାସନ ପ୍ରଫୁଲ୍ଲ ଖୋଡା ପଟେଲ କହିଛନ୍ତି। ଭାରତ ଏଭଳି ଅପମାନକୁ କଦାପି ବରଦାସ୍ତ କରିବ ନାହିଁ। ଅପମାନଜନକ ମନ୍ତବ୍ୟ ପାଇଁ ମାଳଦ୍ୱୀପ ସର୍ବସାଧାରଣରେ କ୍ଷମା ମାଗୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି,…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?