ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା

ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ମନ୍ଦିରକୁ ୩ ଦିନ ଯାଏଁ ବନ୍ଦ ରଖାଯାଇଛି। ଆଜି ଦିନ ୧୨ଟାରୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନକୁ ବନ୍ଦ ରଖାଯିବା ସହ ମନ୍ଦିରକୁ ଯିବାକୁ ବାରଣ କରାଯାଇଛି। କେବଳ ରୀତିନୀତି ଅନୁସାରେ ସେବାୟତ କରିପାରିବେ ପୂଜା। ଏନେଇ ଭଦ୍ରକ ଉପଜିଲାପାଳ ପୀତାମ୍ବର ସାମଲ ସୂଚନା ଦେଇଛନ୍ତି। ଏଥିସହ ମନ୍ଦିରର ସବୁ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri