Posted inଜାତୀୟ

ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ

ନୂଆଦିଲ୍ଲୀ, ୩।୬(ଆଇଏଏନ୍‌ଏସ୍‌): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍‌ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ। ସେମାନଙ୍କୁ କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆଯାଇଛି। ଏହା ଅଧୀନରେ ‘ର’ (ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌), ଆଇବି, ଡିଆର୍‌ଆଇ, ସିଇଆଇବି, ଇଡି, ଏନ୍‌ସିବି, ଏଆର୍‌ସି, ସ୍ପେଶାଲ ଫ୍ରଣ୍ଟିୟର ଫୋର୍ସ, ବିଏସ୍‌ଏଫ୍‌, ସିଆର୍‌ପିଏଫ୍‌, ଆଇଟିବିପି, ସିଆଇଏସ୍‌ଏଫ୍‌, ଏନ୍‌ଏସ୍‌ଜି, ଆସାମ ରାଇଫଲ୍ସ, ଏସ୍‌ଏସ୍‌ବି, ଆୟକର ଡିଜି (ତଦନ୍ତ), ଏନ୍‌ଟିଆର୍‌ଓ, ଏଫ୍‌ଆଇୟୁ, ଏସ୍‌ପିଜି, ଡିଆର୍‌ଡିଓ, ସୀମା ସଡ଼କ ଉନ୍ନୟନ ସଂସ୍ଥା, ଏନ୍‌ଏସ୍‌ସି, ସିବିଆଇ, ଏନ୍‌ଆଇଏ ଏବଂ ନାଟ୍‌ଗ୍ରୀଡ୍‌ ଆସୁଛି। ଏହି ନିୟମାବଳୀ କେନ୍ଦ୍ରୀୟ ବେସାମରିକ ସେବା (ପେନ୍‌ସନ) ସଂଶୋଧନ ନିୟମାବଳୀ, ୨୦୨୦ର ଅଂଶବିଶେଷ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ପୂର୍ବତନ ସରକାରୀ ଅଧିକାରୀମାନଙ୍କ ଦ୍ୱାରା ଯେଉଁସବୁ ବିଷୟ ପ୍ରକାଶିତ କରାଯାଇପାରିବ ନାହିଁ, ସେଗୁଡ଼ିକ ହେଲା ଉକ୍ତ ସଂଗଠନର କାର୍ଯ୍ୟକ୍ଷେତ୍ର, କୌଣସି କର୍ମଚାରୀ ଓ ତାଙ୍କ ପଦବୀର ସୂଚନା ଏବଂ ସେଠାରେ କାର୍ଯ୍ୟ କରିଥିବା ହେତୁ ହାସଲ କରିଥିବା ଅଭିଜ୍ଞତା। ଏହା ବ୍ୟତୀତ ସମ୍ବେଦନଶୀଳ ସୂଚନା, ଯାହା ପ୍ରଘଟ କଲେ ଭାରତର ସାର୍ବଭୌମତ୍ୱ ଏବଂ ସଂହତି ପ୍ରଭାବିତ ହେବ, ଯଥା ସୁରକ୍ଷା, ରଣକୌଶଳ, ଦେଶର ବୈଜ୍ଞାନିକ ଓ ଅର୍ଥନୈତିକ ସ୍ବାର୍ଥ, ବାହାର ଦେଶ ସହ ସମ୍ପର୍କ କିମ୍ବା ଯାହା ପ୍ରକାଶ କରିବା ଦ୍ୱାରା ଅପରାଧକୁ ପ୍ରୋତ୍ସାହିତ କରିବ, ସେଗୁଡ଼ିକୁ ବିନା ଅନୁମତିରେ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶ କରାଯିବାକୁ ଥିବା ପ୍ରସ୍ତାବିତ ବିଷୟ ସମ୍ବେଦନଶୀଳ କି ନୁହେଁ ଏବଂ ତାହା ସଂସ୍ଥାର କାର୍ଯ୍ୟ ପରିସର ମଧ୍ୟରେ ଆସୁଛି କି ନାହିଁ ସେ ସମ୍ପର୍କରେ ସଂସ୍ଥାର ମୁଖ୍ୟଙ୍କୁ ନିଷ୍ପତ୍ତି ନେବାର ଅଧିକାର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri