ଖଣି ଖନନ ସର୍ଭେକୁ ନେଇ ତୀବ୍ର ଉତ୍ତେଜନା: ସର୍ଭେ କର୍ମଚାରୀ ଦଳ-ଶ୍ରମିକଙ୍କୁ ବିଦା କରିଦେଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୧୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ବିଜାଲି ଗ୍ରାମରେ ଖଣି ଖନନ ପାଇଁ ଦୀର୍ଘ ଦିନ ହେଲା ସର୍ଭେ କାର୍ଯ୍ୟ ଚାଲିଛି ଏହାକୁ ଅଞ୍ଚଳବାସୀ ବିରୋଧ କରିଆସୁଥିବା ବେଳେ ଜିଲାର ପ୍ରଶାସନିକ ଅଧିକାରୀମାନଙ୍କ ନିକଟରେ ଗ୍ରାମସଭାର ନିଷ୍ପତ୍ତି ଦାଖଲ କରିବା ସତ୍ତ୍ୱେ ପ୍ରଶାସନ ଗ୍ରାମବାସୀଙ୍କ ସହ କୌଣସି ଆଲୋଚନା ନ କରିବା ତଥା ପଦକ୍ଷେପ ନ ନେବାରୁ ଗ୍ରାଫାଇଟ ଖଣି ଖନନ ସର୍ଭେକୁ ବିରୋଧ କରି ଆଜି ବିଜାଲି ଗ୍ରାମର ଲୋକମାନେ ଉତ୍ତ୍ୟକ୍ତ ହୋଇ ଖଣି ସର୍ଭେକୁ ବିରୋଧ କରି ସର୍ଭେ କର୍ମଚାରୀ ଓ ଶ୍ରମିକମାନଙ୍କୁ ଗାଁରୁ ବିଦା କରିଦେଇଛନ୍ତି।
ଆମର ଖଣି ଦରକାର ନାହିଁ, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି ଖନନ ହେଲେ କେବଳ ବିଜାଲି ନୁହେଁ, ସାରା ହାତୀମୁଣ୍ଡା ପଞ୍ଚାୟତ ସମେତ ପଡ଼ୋଶୀ ତାଜୁଙ୍ଗୀ, ଗଦାପୁର ଓ ବହୁ ଅଞ୍ଚଳର ଲୋକେ ବିସ୍ଥାପିତ ହେବେ। ଆଦିବାସୀ ଲୋକମାନେ ସେମାନଙ୍କ ଭିଟାମାଟି ଓ ଜୀବନ- ଜୀବିକାରୁ ବିସ୍ଥାପିତ ହେଲେ, ଯେତେ କ୍ଷତିପୂରଣ ଦେଲେ ମଧ୍ୟ ସେମାନେ ବଞ୍ଚି ପାରିବେ ନାହିଁ। ତେଣୁ କୌଣସି ପରିସ୍ଥିତିରେ ଆମେ ଆମ ଗ୍ରାମରେ ଖଣି ଖନନ କରାଇ ଦେବୁନାହିଁ। ଭିଟାମାଟି ଓ ଜୀବନ-ଜୀବିକା ଧ୍ୱଂସ କରି ଖଣି ଖନନ ଯୋଜନା ଆମକୁ ମଞ୍ଜୁର ନାହିଁ ବୋଲି ଘୋଷଣା କରି ଆଜି ଉତ୍ୟକ୍ତ ଗ୍ରାମବାସୀ ମେଳି ହୋଇ ପ୍ରତିବାଦ କରିଥିଲେ ଓ ସର୍ଭେ ଦଳକୁ ଗାଁରୁ ଫେରିଯିବାକୁ ବାଧ୍ୟ କରିଥିଲେ।

ପ୍ରକାଶ ଯୋଗ୍ୟ, ଗତ କିଛିଦିନ ଧରି ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଗ୍ରାମରେ ବ୍ରହ୍ମପୁର ଜିଓଲଜିକାଲ ସର୍ଭେ କାର୍ଯ୍ୟାଳୟ ପକ୍ଷରୁ ସେ ଅଞ୍ଚଳରେ ଗ୍ରାଫାଇଟ୍‌ ଥିବାରୁ ସର୍ଭେ କାମ ଚାଲୁ ରହିଛି। କିନ୍ତୁ ସେ ସମ୍ପର୍କରେ ବିଜାଲି ଗ୍ରାମବାସୀଙ୍କ ସହ କୌଣସି ପରାମର୍ଶ କରାଯାଇନଥିବା ଅଭିଯୋଗ କରି ଗ୍ରାମବାସୀଙ୍କ ମଧ୍ୟରେ ଖଣି ଖନନ ହେଲେ ବିସ୍ଥାପିତ ହେବାର ଆଶଙ୍କା ସୃଷ୍ଟି ହୋଇଛି, ଯାହା ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri