୨୧ ଯାଏ ପ୍ରଚଣ୍ଡ ରୌଦ୍ରତାପ

ଭୁବନେଶ୍ୱର,୧୭ା୬,ଅନିଲ ଦାସ: ଉପକୂଳରୁ ଉପାନ୍ତ ସବୁଠି ପାରଦ ଉପରମୁହାଁ ହୋଇଛି। ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀକୁ ଟପି ଯାଇଥିବା ବେଳେ ୮ଟି ସ୍ଥାନରେ ୪୪ ଡିଗ୍ରୀକୁ ପାର କରିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ଝାରସୁଗୁଡ଼ାରେ ସର୍ବାଧିକ ୪୫.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୫.୩, ସମ୍ବଲପୁର ୪୪.୮, ଅନୁଗୋଳ ୪୪.୭, ହୀରାକୁଦ ୪୪.୬, ଭୁବନେଶ୍ୱର ୪୪.୬, ସୁନ୍ଦରଗଡ଼ ୪୪.୫, ତାଳଚେର ୪୪.୪, ବୌଦ୍ଧ ୪୪.୨, ରାଉରକେଲା ୪୪, ବରଗଡ଼ ୪୪, ନୟାଗଡ଼ ୪୩.୫, ଢେଙ୍କାନାଳ ୪୩.୫, ଟିଟିଲାଗଡ଼ ୪୩.୫, ବାରିପଦା ୪୩.୨, ବ୍ରହ୍ମପୁର ୪୩.୨, ନୂଆପଡ଼ା ୪୩, ଭବାନୀପାଟଣା ୪୩, ଖୋର୍ଦ୍ଧା ୪୩, ମାଲକାନଗିରି ୪୨.୪, କଟକ ୪୨.୨, ଦେବଗଡ଼ ୪୨, କେନ୍ଦ୍ରାପଡ଼ା ୪୧.୮, ଫୁଲବାଣୀ ୪୧.୫, ପାରଳାଖେମୁଣ୍ଡି ୪୦.୯, କେନ୍ଦୁଝର ୪୦.୫, ଜଗତ୍‌ସିଂହପୁର ୪୦.୫, ଭଦ୍ରକ ୪୦.୪, ଚାନ୍ଦବାଲି ୪୦.୪ ଏବଂ ଯାଜପୁରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ଲମ୍ବିଚାଲିଛି ତତଲା ଦିନ। ଆସନ୍ତା ୨୧ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ (ହିଟ୍‌ଓ୍ବେଭ) ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଏବଂ ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ମଧ୍ୟ ହିଟ୍‌ଓ୍ବେଭ ଜାରି ରହିବ। ଉକ୍ତ ଜିଲାଗୁଡ଼ିକ ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ତେବେ ପାଗ କେବେ ବଦଳିବ ସେ ନେଇ ମଧ୍ୟ ଅନିଶ୍ଚିତତା ଦେଖାଦେଇଛି। ରାଜ୍ୟକୁ କେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ କିଛି ସ୍ପଷ୍ଟ କରାଯାଇ ପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?