ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ରବିବାର ଏଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୧.୫ ଡିଗ୍ରୀ ଛୁଇଁଥିଲା। ଏହାତଳକୁ ଭବାନୀପାଟଣା ଓ ବଲାଙ୍ଗୀରରେ ୪୧ ଡିଗ୍ରୀ, ଝାରସୁଗୁଡା ୪୦.୭, ସମ୍ବଲପୁର ଓ ହୀରାକୁଦରେ ୪୦ ଡିଗ୍ରୀ, ସୋନପୁର ୩୯, ବୌଦ୍ଧ ୩୯.୫, ପାରଳାଖେମୁଣ୍ଡି ୩୯.୨, ଅନୁଗୋଳ ୩୯.୧, ରାଉରକେଲା ୩୮.୭, ସୁନ୍ଦରଗଡ଼ ୩୮.୬, ନୟାଗଡ ୩୮.୫, ଚାନ୍ଦବାଲି ଓ ମାଲକାନଗିରିରେ ୩୮.୨ ଡିଗ୍ରୀ, ଭଦ୍ରକ, ନୂଆପଡ଼ା ଏବଂ ନବରଙ୍ଗପୁରରେ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି।

ତେବେ ଆସନ୍ତା ୧୮ ତାରିଖ ଯାଏ ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିବ ନାହିଁ। ତାପମାତ୍ରା ଆହୁରି ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ଓ ମଙ୍ଗଳବାର ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାରେ ପ୍ରବଳ ଖରା ସହିତ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର ବରଗଡ଼ ଓ ବଲାଙ୍ଗୀର ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରାଯାଇଥିବାବେଳେ ବାକି ୧୧ଟି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri