ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍‌ଦାର ଆଲୋଚନା

ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗର ସମାଧାନ ପାଇଁ ଉଭୟ ପକ୍ଷ ମଧ୍ୟରେ ମତ ବିନିମୟ ହୋଇଥିଲା।

କୂଟନୈତିକ ଏବଂ ସାମରିକ ଚ୍ୟାନେଲ ଜରିଆରେ ଉଭୟ ପକ୍ଷ ନିୟମିତ ଯୋଗାଯୋଗ ଜାରି ରଖିବାକୁ ରାଜି ହୋଇଥିଲେ ମଧ୍ୟ କୌଣସି ନିଷ୍କର୍ଷର ସୂଚନା ମିଳିନାହିଁ। ବେଜିଂରେ ଭାରତ-ଚାଇନା ସୀମା ବ୍ୟାପାର ଉପରେ ପରାମର୍ଶ ଓ ସମନ୍ବୟ ପାଇଁ କାର୍ଯ୍ୟକାରୀ ବ୍ୟବସ୍ଥା (ଡବ୍ଲ୍ୟୁଏମ୍‌ସିସି)ର ୨୯ତମ ବୈଠକରେ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ନେଇ ଜୋର୍‌ଦାର ଆଲୋଚନା ହୋଇଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି।

ବହିର୍ବ୍ୟାପାର ମନ୍ତ୍ରଣାଳୟର ପୂର୍ବ ଏସିଆ ଦୟିତ୍ୱରେ ଥିବା ଯୁଗ୍ମ ସଚିବ ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେଇଥିବାବେଳେ ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ସୀମା ଓ ମହାସାଗର ବିଭାଗର ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଚାଇନା ପ୍ରତିନିଧି ଦଳ ଯୋଗଦେଇଥିଲେ। ସୀମାରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବା ପାଇଁ କୂଟନୈତିକ ଓ ସାମରିକ ଚ୍ୟାନେଲ ଜରିଆରେ ନିୟମିତ ଯୋଗଯୋଗ ଜାରି ରଖିବା ଲାଗି ଉଭୟ ଅନ୍ତରୀଣ ଭାବେ ରାଜି ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri