ଆସୁଛି ଦୀପାବଳି; ମିଠା ତିଆରିରେ କ୍ଷତିକାରକ ସାମଗ୍ରୀ ବ୍ୟବହାର ରୋକିବାକୁ ସର୍ଭିଲାନ୍ସ ବଢାଇବ FSSAI

ନୂଆଦିଲ୍ଲୀ: ଆଗକୁ ଦୀପାବଳି ଆସୁଥିବା ବେଳେ ମିଠା ବିକ୍ରିରେ ବୃଦ୍ଧି ଦେଖିବାକୁ ମିଳିପାରେ। ଏହାର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଶସ୍ତା ଅସ୍ୱାସ୍ଥ୍ୟକର ସାମଗ୍ରୀର ମିଶ୍ରଣ କରିପାରନ୍ତି। ଏଥିରେ ରୋକ ଲଗାଇବା ପାଇଁ ଭାରତୀୟ ଖାଦ୍ୟ ନିରାପତା ଏବଂ ମାନକ ପ୍ରାଧିକରଣ (ଏଫ୍‌ଏସ୍‌ଏସ୍‌ଏଆଇ) ସମଗ୍ର ଦେଶରେ ସର୍ଭିଲାନ୍ସ ବଢାଇବାକୁ ନିଷ୍ପତି ନେଇଛି।

ଏଥିପାଇଁ ରାଜ୍ୟ ଖାଦ୍ୟ ନିରାପତ୍ତା ଇନ୍ସପେକ୍ଟରମାନଙ୍କୁ ଷ୍ଟୋରଗୁଡିକର ଅନୁସନ୍ଧାନ ଏବଂ ଗୁଣବତ୍ତା ନିୟନ୍ତ୍ରଣ ପାଇଁ ନମୁନା ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଗୁଣାତ୍ମକ ମାନର ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏଫ୍‌ଏସ୍‌ଏସ୍‌ଏଆଇ ସିଇଓ ଜି. କମଳା ବର୍ଦ୍ଧନ ରାଓ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ଏଫ୍‌ଏସ୍‌ଏସ୍‌ଏଆଇଏହାର ସର୍ଭିଲାନ୍ସ ଏକ ଲକ୍ଷକୁ ବୃଦ୍ଧି କରିଛି। ଯାହାକୁ ଆଗାମୀ ବର୍ଷକୁ 7 ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛି। ମିଠା ପ୍ରସ୍ତୁତି ପାଇଁ କ୍ଷୀର ଏକ ପ୍ରମୁଖ ଦ୍ରବ୍ୟ ଅଟେ। ତେବେ ସର୍ଭିଲାନ୍ସ ଟିମ୍ ତଦାରଖ ସମୟରେ କ୍ଷୀରଜାତ ପଦାର୍ଥରେ ପ୍ରସ୍ତୁତ ମିଠାର ମାନ ପରୀକ୍ଷା ଉପରେ ଅଧିକ ଧ୍ୟାନ ଦେବ।

କ୍ଷୀର, ଘିଅ ଏବଂ ଶୁଖିଲା ଫଳ ମିଠା ପ୍ରସ୍ତୁତିରେ ବ୍ୟବହୃତ କେତେକ ଗୁରୁତ୍ୱପୂର୍ଣ୍ଣ ଉପାଦାନ। ଅନେକ ବିକ୍ରେତା ସେମାନଙ୍କ ପାମ୍ ତେଲକୁ ଘିଅ ବଦଳରେ ବ୍ୟବହାର କରନ୍ତି। ଏହା ବ୍ୟତୀତ ପ୍ରକ୍ରିୟାକୃତ କ୍ଷୀର, ବିଷାକ୍ତ ଉପାଦାନ ଯେପରିକି ଡିଟରଜେଣ୍ଟ, କାଉଷ୍ଟିକ୍ ସୋଡା, ଏବଂ ୟୁରିଆ କମ୍ ମୂଲ୍ୟରେ ପରିମାଣ ବଢାଇବା ପାଇଁ ବ୍ୟବସାୟୀମାନେ ବ୍ୟବହାର କରନ୍ତି। ଯାହା ଲୋକମାଙ୍କର ସ୍ୱାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri