ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି। ସବର୍ଣ୍ଣ ଓ ଅସବର୍ଣ୍ଣ ଗୋଷ୍ଠୀ ମଧ୍ୟରେ ଲାଗିରହିଥିବା ଏହି ବିବାଦର ସମାଧାନ ପାଇଁ ପୋଲିସ ପକ୍ଷରୁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି।

ପେଟାପଦର ଗ୍ରାମଦେବତୀ ମନ୍ଦିରରେ ଉଭୟ ଗୋଷ୍ଠୀ ପୂଜାର୍ଚ୍ଚନା କରନ୍ତି। ମାତ୍ର ସମ୍ପ୍ରତି ଗୋଟିଏ ଗୋଷ୍ଠୀ ସେଠାରେ ଏକ ପୃଥକ ମନ୍ଦିର ନିର୍ମାଣ କରି ପୂଜା କରିବାକୁ ଚାହିଁବା ପରେ ବିବାଦ ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା।

ବିବାଦ ବଢୁଥିବା ଦେଖି ତାରସିଂ ଥାନା ଅଧିକାରୀଣୀ ଶୁଭଲକ୍ଷ୍ମୀ ପୂଜାରୀଙ୍କ ନେତୃତ୍ୱରେ ବୁଧବାର ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଏଏସପି ରଞ୍ଜନ କୁମାର ଦେ ଏବଂ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ରହି ଉଭୟ ପକ୍ଷକୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲେ। ମାତ୍ର ଦୀର୍ଘ ସମୟର ଆଲୋଚନା ପରେ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସମାଧାନ ବାହାରି ପାରି ନ ଥିଲା।

ସମାଧାନ ନହେବାରୁ ପୋଲିସ ଉଭୟ ପକ୍ଷର ଏତଲାକୁ ଭିତ୍ତି କରି ଦୁଇଟି ପୃଥକ ମାମଲା ରୁଜୁ କରିଛି। ଏହି ଘଟଣାରେ ଉଭୟ ଗୋଷ୍ଠୀର ସମୁଦାୟ ୭୫ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ଏହା ଏକ ସିଭିଲ୍ (Civil) ବିବାଦ ହୋଇଥିବାରୁ ଏଥିରେ ପ୍ରଶାସନିକ ହସ୍ତକ୍ଷେପ ଜରୁରୀ ବୋଲି ପୋଲିସ ଅନୁଭବ କରିଛି। ଏନେଇ ପୋଲିସ ପକ୍ଷରୁ ସ୍ଥାନୀୟ ପ୍ରଶାସନକୁ ଆନୁଷ୍ଠାନିକ ଭାବେ ଅବଗତ କରାଯାଇଛି, ଯାହାଦ୍ୱାରା ପ୍ରଶାସନିକ ସ୍ତରରେ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପଦକ୍ଷେପ ନିଆଯାଇପାରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri