ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଦଳ: ବିପୁଳ ପରିମାଣର ସୁନା ଅଳଙ୍କାର ସହ ଦେଶୀ ବନ୍ଧୁକ-ଖଣ୍ଡା ଜବତ

ସାଲେପୁର,୧୪ା୫(ଅରବିନ୍ଦ ଭୂୟାଁ): କଟକ ଜିଲା ସମେତ ଓଡ଼ିଶାର ଭିଭିନ୍ନ ଜିଲାରେ ଡକାୟତି ମାମଲା ଘଟାଇ ଫେରାର ହୋଇଯାଉଥିବା ଡକାୟତି ଦଳକୁ କଟକ ଜିଲା ଗ୍ରାମାଞ୍ଚଳ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। କଟକ ଜିଲାର ସାଲେପୁର, ମାହାଙ୍ଗା ଓ ନେମାଳ ଅଞ୍ଚଳରେ ହୋଇଥିବା ଡକାୟତି ଘଟଣାର ତଦନ୍ତ ଆରମ୍ଭ କରି ପୋଲିସ ଏହି ଡକାୟତି ଦଳକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୧୪୦ ଗ୍ରାମ ସୁନା ଓ ୫ କେଜି ୨ ଶହ ଗ୍ରାମ ରୁପା ଅଳଙ୍କାର, ନଗଦ ୩ ଲକ୍ଷ ୩ ହଜାର ଟଙ୍କା ଏକ ଆଇଚର ବସ୍‌ ଜବତ କରିଥିବା ବେଳେ ସେମାଙ୍କ ନିକଟରୁ ଏକ ବନ୍ଧୁକ ତିନୋଟି ଜୀବନ୍ତ ଗୁଳି, ୪ଟି ଖଣ୍ଡା ଜବତ ହୋଇଛି। ଏହି ସବୁଘଟଣାର ମୁଖ୍ୟ ଅଭିଯୁକ୍ତ ଜଗତସିଂହପୁର ଜିଲାର ସୁଶାନ୍ତ ସାହୁ, ମାହାଙ୍ଗା ଥାନ ଅଞ୍ଚଳର ଦୀପ୍ତିକାନ୍ତ ପୃଷ୍ଟି, ନେମାଳ ଅଞ୍ଚଳର ବସନ୍ତ ବଳ, ମାହାଙ୍ଗା ଅଞ୍ଚଳର କୈଳାସ ସାହୁ, ଜଗତସିଂହପୁର ଜିଲାର ବିରଞ୍ଚି ନାରାୟଣ ସାହୁ ଓ ଲକ୍ଷ୍ମୀଧର ସାହୁଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଚୋରା ଅଳଙ୍କାର କିଣିଥିବା ସାଲେପୁର ଅଞ୍ଚଳର ଅଜୟ ସାହୁ, ତିଲୋଚନ ସାହୁ ଓ ବାଲେଶ୍ବର ଜିଲାର ଆଲୋକ ନନ୍ଦିକୁ ପୋଲିସ ଗିରଫ କରିଥିବା ଆଜି ସାଲେପୁର ଥାନା ପରିସରରେ ଥିବା ଏକ ଖବରଦାତା ସମ୍ମିଳନୀରେ ଗ୍ରାମାଞ୍ଚଳ ଏସ୍‌ପି ପ୍ରତୀକ ସିଂହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri