ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଦଳ: ବିପୁଳ ପରିମାଣର ସୁନା ଅଳଙ୍କାର ସହ ଦେଶୀ ବନ୍ଧୁକ-ଖଣ୍ଡା ଜବତ

ସାଲେପୁର,୧୪ା୫(ଅରବିନ୍ଦ ଭୂୟାଁ): କଟକ ଜିଲା ସମେତ ଓଡ଼ିଶାର ଭିଭିନ୍ନ ଜିଲାରେ ଡକାୟତି ମାମଲା ଘଟାଇ ଫେରାର ହୋଇଯାଉଥିବା ଡକାୟତି ଦଳକୁ କଟକ ଜିଲା ଗ୍ରାମାଞ୍ଚଳ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। କଟକ ଜିଲାର ସାଲେପୁର, ମାହାଙ୍ଗା ଓ ନେମାଳ ଅଞ୍ଚଳରେ ହୋଇଥିବା ଡକାୟତି ଘଟଣାର ତଦନ୍ତ ଆରମ୍ଭ କରି ପୋଲିସ ଏହି ଡକାୟତି ଦଳକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୧୪୦ ଗ୍ରାମ ସୁନା ଓ ୫ କେଜି ୨ ଶହ ଗ୍ରାମ ରୁପା ଅଳଙ୍କାର, ନଗଦ ୩ ଲକ୍ଷ ୩ ହଜାର ଟଙ୍କା ଏକ ଆଇଚର ବସ୍‌ ଜବତ କରିଥିବା ବେଳେ ସେମାଙ୍କ ନିକଟରୁ ଏକ ବନ୍ଧୁକ ତିନୋଟି ଜୀବନ୍ତ ଗୁଳି, ୪ଟି ଖଣ୍ଡା ଜବତ ହୋଇଛି। ଏହି ସବୁଘଟଣାର ମୁଖ୍ୟ ଅଭିଯୁକ୍ତ ଜଗତସିଂହପୁର ଜିଲାର ସୁଶାନ୍ତ ସାହୁ, ମାହାଙ୍ଗା ଥାନ ଅଞ୍ଚଳର ଦୀପ୍ତିକାନ୍ତ ପୃଷ୍ଟି, ନେମାଳ ଅଞ୍ଚଳର ବସନ୍ତ ବଳ, ମାହାଙ୍ଗା ଅଞ୍ଚଳର କୈଳାସ ସାହୁ, ଜଗତସିଂହପୁର ଜିଲାର ବିରଞ୍ଚି ନାରାୟଣ ସାହୁ ଓ ଲକ୍ଷ୍ମୀଧର ସାହୁଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଚୋରା ଅଳଙ୍କାର କିଣିଥିବା ସାଲେପୁର ଅଞ୍ଚଳର ଅଜୟ ସାହୁ, ତିଲୋଚନ ସାହୁ ଓ ବାଲେଶ୍ବର ଜିଲାର ଆଲୋକ ନନ୍ଦିକୁ ପୋଲିସ ଗିରଫ କରିଥିବା ଆଜି ସାଲେପୁର ଥାନା ପରିସରରେ ଥିବା ଏକ ଖବରଦାତା ସମ୍ମିଳନୀରେ ଗ୍ରାମାଞ୍ଚଳ ଏସ୍‌ପି ପ୍ରତୀକ ସିଂହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri