ଦିଗପହଣ୍ଡିରେ ଆନ୍ତଃଜିଲା ଖୋ-ଖୋ ଟୁର୍ନାମେଣ୍ଟ ଉଦ୍‌ଘାଟିତ, ରବିବାର ଦିନ…

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ଶନିବାର ଆନ୍ତଃ ଜିଲା ଖୋ – ଖୋ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ମହାକାଳ କ୍ଳବ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ଟୁର୍ନାମେଣ୍ଟକୁ ବଡ଼ଖେମୁଣ୍ଡି ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁନୀଲ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଏମ୍‌. ଗୌରାଙ୍ଗ,ସାମଜିକ କର୍ମୀ ଏମ୍‌.ସୁଦର୍ଶନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଟୁର୍ନାମେଣ୍ଟ ଗଞ୍ଜାମ ଜିଲାର ଛତ୍ରପୁର, ପାଟପୁର,ଦିଗପହଣ୍ଡି, କୁକୁଡ଼ାଖଣ୍ଡି ,କବିସୂର୍ଯ୍ୟନଗର, ଏରେନଡ୍ରା, ବୁରୁପଡ଼ା, ଗିରିଶୋଲା ସମେତ ଗଜପତି ଜିଲା ଗାରାବନ୍ଧ ଗ୍ରାମର ବହୁ ସଂଖ୍ୟକ ଯୁବକ ଅଂଶଗ୍ରହଣ କରିଛନ୍ତି। ମହାକାଳ କ୍ଳବର ସଭାପତି ମୁନା ଗୌଡ଼, ଉପସଭାପତି ଅରକ୍ଷିତ ଦୋରା,ସମ୍ପାଦକ ଏ. ଗୌରୀଶଙ୍କର, ସହ ସମ୍ପାଦକ ଶଙ୍କର ସ୍ବାଇଁସ୍‌ଙ୍କ ସମେତ ସଦସ୍ୟ ବୃନ୍ଦ ଟୁର୍ନାମେଣ୍ଟ ପରିଚାଳନା କରିଥିଲେ। ପ୍ରଥମ ଦିନ ଖେଳ ରେ ଦିଗପହଣ୍ଡି, ଗାରାବନ୍ଧ,ପାଟପୁର ଏବଂ ଗିରିଶୋଲା ଟିମ ବିଜୟ ହୋଇ ପରବର୍ତ୍ତୀ ମ୍ୟାଚକୁ ଉନ୍ନୀତ ହୋଇଛନ୍ତି। ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଏମ. ଗୌରାଙ୍ଗ,ଶେଷଗିରି ବେହେରା, ପୂଜା ବେହେରା, ଆନନ୍ଦ ଶବର,ପୂଜା ସେଠୀ, ଡି.ମାମା ଦୋରା, ପିଙ୍କି ବେହେରା ପ୍ରମୁଖ ରେଫେରି ଭାବେ ଖେଳ ପରିଚାଳନା କରିଥିଲେ। ରବିବାର ଟୁର୍ନାମେଣ୍ଟ ଉଦଯାପିତ ହେବା କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri