ଧରାପଡ଼ିଲେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ

ବରପାଲି,୨୪।୬(ଡି.ଏନ.ଏ): ବରଗଡ଼ ଜିଲା ବରପାଲି ଥାନା ପୋଲିସ ଏକ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗକୁ ଧରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରପାଲି ଥାନା ବନ୍ଧପାଲି ଗ୍ରାମର ଅକ୍ଷୟ ମହାନନ୍ଦ(୨୨), ଗୁପେ ଓରଫ ପୂର୍ଣ୍ଣଚନ୍ଦ୍ର ସାହୁ(୨୨) ଏବଂ ବିଶ୍ୱନାଥ ମହାନନ୍ଦ(୧୯)। ସେମାନଙ୍କ ବିରୋଧରେ ବରପାଲି ଥାନାରେ ଦଫା ୩୯୫ ଆଇପିସିରେ ଏକ ମାମଲା(୧୯୫/୨୨) ରୁଜୁ ହୋଇଛି। ଏହି ଗ୍ୟାଙ୍ଗର ଅନ୍ୟ ୩ ଅଭିଯୁକ୍ତ ଫେରାର୍‌ ଥିବା ଯୋଗୁ ସେମାନଙ୍କୁ ଗିରଫ ପାଇଁ ତନାଘନା ଚାଲିଥିବା ପୋଲିସ ସୂଚନା ଦେଇଛି।
ଶୁକ୍ରବାର ବରପାଲି ଥାନାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବରଗଡ଼ ଏସଡ଼ିପିଓ ଦୀପକ କୁମାର ଗୋଚ୍ଛାୟତ ସୂଚନା ଦେଇ କହିଛନ୍ତି ଯେ, ଗତ ୨୦ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ମେଲଛାମୁଣ୍ଡା ଥାନା ଗୁଦେରପାଲି ଗ୍ରାମର ଯୋଗେଶ୍ୱର ପଟେଲ ଏକ ବାଇକ(ନଂ-ଓଡ଼ି୧୭ଜେ ୬୮୭୬) ଯୋଗେ ସୁବର୍ଣ୍ଣପୁର ଜିଲା ରାମପୁରରୁ ନିଜ ଘରକୁ ଫେରୁଥିଲେ। ବାଟରେ ବନ୍ଧପାଲି ବ୍ରିଜ ନିକଟରେ ଗିରଫ ୩ ଅଭିଯୁକ୍ତଙ୍କ ସମେତ ଅନ୍ୟ ୩ଜଣ ତାଙ୍କୁ ଛୁରି ଦେଖାଇ ଭୟଭୀତ କରିଥିଲେ। ପରେ ତାଙ୍କ ବାଇକ ଏବଂ ମୋବାଇଲ ନେଇ ଫେରାର୍‌ ହୋଇଯାଇଥିଲେ। ଏ ନେଇ ଯୋଗେଶ୍ୱର ବରପାଲି ଥାନାରେ ଏତଲା ଦେବା ପରେ ପୋଲିସ ଉପରୋକ୍ତ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଗୁରୁବାର ଅଭିଯୁକ୍ତ ଅକ୍ଷୟ ଏବଂ ଗୁପେଙ୍କଠାରୁ ବାଇକ୍‌ ଜବତ କରିବା ସହିତ ସେମାନଙ୍କୁ ଗିରଫ କରାଯାଇଥିଲା। ଶୁକ୍ରବାର ଅନ୍ୟ ଅଭିଯୁକ୍ତ ବିଶ୍ୱନାଥଙ୍କୁ ଗିରଫ କରାଯାଇଥିଲା। ଫେରାର୍‌ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଚାଲିଛି ବୋଲି ଏସଡ଼ିପିଓ ଗୋଚ୍ଛାୟତ କହିଥିଲେ। ତେବେ ଗିରଫ ଅକ୍ଷୟ ଜଣେ ପେଶାଦାର ଅପରାଧୀ ଏବଂ ତାଙ୍କ ବିରୋଧରେ ବିଜେପୁର ଥାନାରେ ଗୋଟିଏ ଲୁଟ୍‌ ଏବଂ ରାମପୁର ଥାନାରେ ୩ଟି ଡକାୟତି ମାମଲା ରହିଥିବା ଏସଡ଼ିପିଓ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ବରପାଲି ଥାନା ଆଇଆଇସି ରୋଜାଲିନ ପଟେଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri