ଧରାପଡ଼ିଲେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ

ବରପାଲି,୨୪।୬(ଡି.ଏନ.ଏ): ବରଗଡ଼ ଜିଲା ବରପାଲି ଥାନା ପୋଲିସ ଏକ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗକୁ ଧରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରପାଲି ଥାନା ବନ୍ଧପାଲି ଗ୍ରାମର ଅକ୍ଷୟ ମହାନନ୍ଦ(୨୨), ଗୁପେ ଓରଫ ପୂର୍ଣ୍ଣଚନ୍ଦ୍ର ସାହୁ(୨୨) ଏବଂ ବିଶ୍ୱନାଥ ମହାନନ୍ଦ(୧୯)। ସେମାନଙ୍କ ବିରୋଧରେ ବରପାଲି ଥାନାରେ ଦଫା ୩୯୫ ଆଇପିସିରେ ଏକ ମାମଲା(୧୯୫/୨୨) ରୁଜୁ ହୋଇଛି। ଏହି ଗ୍ୟାଙ୍ଗର ଅନ୍ୟ ୩ ଅଭିଯୁକ୍ତ ଫେରାର୍‌ ଥିବା ଯୋଗୁ ସେମାନଙ୍କୁ ଗିରଫ ପାଇଁ ତନାଘନା ଚାଲିଥିବା ପୋଲିସ ସୂଚନା ଦେଇଛି।
ଶୁକ୍ରବାର ବରପାଲି ଥାନାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବରଗଡ଼ ଏସଡ଼ିପିଓ ଦୀପକ କୁମାର ଗୋଚ୍ଛାୟତ ସୂଚନା ଦେଇ କହିଛନ୍ତି ଯେ, ଗତ ୨୦ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ମେଲଛାମୁଣ୍ଡା ଥାନା ଗୁଦେରପାଲି ଗ୍ରାମର ଯୋଗେଶ୍ୱର ପଟେଲ ଏକ ବାଇକ(ନଂ-ଓଡ଼ି୧୭ଜେ ୬୮୭୬) ଯୋଗେ ସୁବର୍ଣ୍ଣପୁର ଜିଲା ରାମପୁରରୁ ନିଜ ଘରକୁ ଫେରୁଥିଲେ। ବାଟରେ ବନ୍ଧପାଲି ବ୍ରିଜ ନିକଟରେ ଗିରଫ ୩ ଅଭିଯୁକ୍ତଙ୍କ ସମେତ ଅନ୍ୟ ୩ଜଣ ତାଙ୍କୁ ଛୁରି ଦେଖାଇ ଭୟଭୀତ କରିଥିଲେ। ପରେ ତାଙ୍କ ବାଇକ ଏବଂ ମୋବାଇଲ ନେଇ ଫେରାର୍‌ ହୋଇଯାଇଥିଲେ। ଏ ନେଇ ଯୋଗେଶ୍ୱର ବରପାଲି ଥାନାରେ ଏତଲା ଦେବା ପରେ ପୋଲିସ ଉପରୋକ୍ତ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଗୁରୁବାର ଅଭିଯୁକ୍ତ ଅକ୍ଷୟ ଏବଂ ଗୁପେଙ୍କଠାରୁ ବାଇକ୍‌ ଜବତ କରିବା ସହିତ ସେମାନଙ୍କୁ ଗିରଫ କରାଯାଇଥିଲା। ଶୁକ୍ରବାର ଅନ୍ୟ ଅଭିଯୁକ୍ତ ବିଶ୍ୱନାଥଙ୍କୁ ଗିରଫ କରାଯାଇଥିଲା। ଫେରାର୍‌ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଚାଲିଛି ବୋଲି ଏସଡ଼ିପିଓ ଗୋଚ୍ଛାୟତ କହିଥିଲେ। ତେବେ ଗିରଫ ଅକ୍ଷୟ ଜଣେ ପେଶାଦାର ଅପରାଧୀ ଏବଂ ତାଙ୍କ ବିରୋଧରେ ବିଜେପୁର ଥାନାରେ ଗୋଟିଏ ଲୁଟ୍‌ ଏବଂ ରାମପୁର ଥାନାରେ ୩ଟି ଡକାୟତି ମାମଲା ରହିଥିବା ଏସଡ଼ିପିଓ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ବରପାଲି ଥାନା ଆଇଆଇସି ରୋଜାଲିନ ପଟେଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri