ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍‌ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ(ଆଇଭିଆର୍‌ଏସ୍‌)ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ଚାଷୀମାନେ ସେମାନଙ୍କ ପଞ୍ଜୀକୃତ ମୋବାଇଲ ନମ୍ବର ମାଧ୍ୟମରେ ଧାନକିଣା ସମ୍ବନ୍ଧୀୟ ଆବଶ୍ୟକ ତଥ୍ୟ ପାଇପାରିବେ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।
ଓଡ଼ିଶା ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟ ପରିସରରେ ଗୁରୁବାର ଆଇଭିଆର୍‌ଏସ୍‌ ବ୍ୟବସ୍ଥାର ଶୁଭ ଲୋକାର୍ପଣ କରିବା ଅବସରରେ ମନ୍ତ୍ରୀ ସ୍ବାଇଁ କହିଛନ୍ତି, ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ୱାରା ପି-ପାସ୍‌ ଓ ଆଗୁଆ ଟୋକନ ମାଧ୍ୟମରେ ଧାନକିଣାର ବ୍ୟବସ୍ଥା ଚାଷୀଙ୍କ ଦ୍ୱାରା ଆଦୃତ ହୋଇଛି। ଫଳସ୍ବରୂପ ଧାନ ବିକ୍ରି ନିମନ୍ତେ ଚାଷୀ ନାମ ପଞ୍ଜୀକରଣ ଗତ ଖରିଫ ଋତୁ ଅପେକ୍ଷା ଚଳିତ ଖରିଫରେ ୫ ପ୍ରତିଶତ ଅଧିକ ହୋଇପାରିଛି। ଚାଷୀମାନେ ଯେପରି ସୁବିଧାରେ ସେମାନଙ୍କ ଧାନ ବିକ୍ରିକରି ସ୍ଥିରୀକୃତ ସର୍ବନିମ୍ନ ସହାୟକ ମୂଲ୍ୟ ପାଇପାରିବେ ସେଥିଲାଗି ବିଭାଗ ପକ୍ଷରୁ ଉନ୍ନତ ପ୍ରଯୁକ୍ତିବିଦ୍ୟାର ପ୍ରଚଳନ ଉପରେ ସର୍ବଦା ଗୁରୁତ୍ୱ ପ୍ରଦାନ କରାଯାଇଛି। ଆଇଭିଆର୍‌ଏସ୍‌ ପ୍ରଚଳନ ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଚାଷୀଙ୍କୁ ବ୍ୟାପକ ସଚେତନ କରାଇବା ଉପରେ ଗୁରୁତ୍ୱ ଦିଆଯାଉଛି। ଏହାସହ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଏ ଦିଗରେ ଅଧିକ ତତ୍ପରତା ପ୍ରକାଶ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବ୍ୟବସ୍ଥାରେ ପଞ୍ଜୀକୃତ ଚାଷୀ ସେମାନଙ୍କ ଦ୍ୱାରା ପଞ୍ଜୀକୃତ ମୋବାଇଲ ନମ୍ବର ଦ୍ୱାରା ଟୋଲ୍‌ ଫ୍ରି ନମ୍ବର ୧୯୬୭୩୯କୁ ଫୋନ୍‌ କଲେ ସ୍ବୟଂକ୍ରିୟ ବ୍ୟବସ୍ଥା ମାଧ୍ୟମରେ ସେମାନଙ୍କୁ ଆବଶ୍ୟକ ତଥ୍ୟ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି। କଲ୍‌ ଗୃହୀତ ହେବା ପରେ ୫୩୯ ଡାଏଲ୍‌ କଲେ ଚାଷୀଙ୍କ ଯାଞ୍ଚ କରାଯାଇଥିବା ଜମିର ପରିମାଣ ୬୩୯ ଡାଏଲ୍‌ କରି ବିକ୍ରିଯୋଗ୍ୟ ଧାନର ପରିମାଣର ତଥ୍ୟ ଏବଂ ୭୩୯ ଡାଏଲ୍‌ କଲେ ଧାନ ବିକ୍ରି ବାବଦ ଅର୍ଥ ପ୍ରଦାନ ସମ୍ପର୍କରେ ସଙ୍ଗେ ସଙ୍ଗେ ସ୍ବୟଂକ୍ରିୟ ଭଏସ୍‌ ବ୍ୟବସ୍ଥା ମାଧ୍ୟମରେ ସୂଚନା ପ୍ରଦାନର ବ୍ୟବସ୍ଥା ରହିଛି। ଏହି ବ୍ୟବସ୍ଥା ଦ୍ୱାରା ଚାଷୀ ଘରେ ବସି ଧାନବିକ୍ରି ସମ୍ବନ୍ଧୀୟ ସମସ୍ତ ତଥ୍ୟ ପାଇପାରିବେ। ସୂଚନାଯୋଗ୍ୟ, ଚାଷୀ ଧାନବିକ୍ରି ନିମନ୍ତେ ନାମ ପଞ୍ଜୀକରଣ ସମୟରେ ପଞ୍ଜୀକୃତ କରିଥିବା ମୋବାଇଲ ନମ୍ବର ମାଧ୍ୟମରେ ହିଁ ଏହି ସୁବିଧାପ୍ରାପ୍ତ ହୋଇପାରିବେ। ଅନ୍ୟ ନମ୍ବରରେ ଏହି ସୁବିଧା ମିଳିବ ନାହିଁ। ଲୋକାର୍ପଣ ଉତ୍ସବ ପରେ ମନ୍ତ୍ରୀ ସ୍ବାଇଁ ନିଗମ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା କଲ୍‌ ସେଣ୍ଟର ପରିଦର୍ଶନ କରିବା ସହିତ କାର୍ଯ୍ୟରତ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri