ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍‌ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ(ଆଇଭିଆର୍‌ଏସ୍‌)ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ଚାଷୀମାନେ ସେମାନଙ୍କ ପଞ୍ଜୀକୃତ ମୋବାଇଲ ନମ୍ବର ମାଧ୍ୟମରେ ଧାନକିଣା ସମ୍ବନ୍ଧୀୟ ଆବଶ୍ୟକ ତଥ୍ୟ ପାଇପାରିବେ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।
ଓଡ଼ିଶା ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟ ପରିସରରେ ଗୁରୁବାର ଆଇଭିଆର୍‌ଏସ୍‌ ବ୍ୟବସ୍ଥାର ଶୁଭ ଲୋକାର୍ପଣ କରିବା ଅବସରରେ ମନ୍ତ୍ରୀ ସ୍ବାଇଁ କହିଛନ୍ତି, ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ୱାରା ପି-ପାସ୍‌ ଓ ଆଗୁଆ ଟୋକନ ମାଧ୍ୟମରେ ଧାନକିଣାର ବ୍ୟବସ୍ଥା ଚାଷୀଙ୍କ ଦ୍ୱାରା ଆଦୃତ ହୋଇଛି। ଫଳସ୍ବରୂପ ଧାନ ବିକ୍ରି ନିମନ୍ତେ ଚାଷୀ ନାମ ପଞ୍ଜୀକରଣ ଗତ ଖରିଫ ଋତୁ ଅପେକ୍ଷା ଚଳିତ ଖରିଫରେ ୫ ପ୍ରତିଶତ ଅଧିକ ହୋଇପାରିଛି। ଚାଷୀମାନେ ଯେପରି ସୁବିଧାରେ ସେମାନଙ୍କ ଧାନ ବିକ୍ରିକରି ସ୍ଥିରୀକୃତ ସର୍ବନିମ୍ନ ସହାୟକ ମୂଲ୍ୟ ପାଇପାରିବେ ସେଥିଲାଗି ବିଭାଗ ପକ୍ଷରୁ ଉନ୍ନତ ପ୍ରଯୁକ୍ତିବିଦ୍ୟାର ପ୍ରଚଳନ ଉପରେ ସର୍ବଦା ଗୁରୁତ୍ୱ ପ୍ରଦାନ କରାଯାଇଛି। ଆଇଭିଆର୍‌ଏସ୍‌ ପ୍ରଚଳନ ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଚାଷୀଙ୍କୁ ବ୍ୟାପକ ସଚେତନ କରାଇବା ଉପରେ ଗୁରୁତ୍ୱ ଦିଆଯାଉଛି। ଏହାସହ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଏ ଦିଗରେ ଅଧିକ ତତ୍ପରତା ପ୍ରକାଶ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବ୍ୟବସ୍ଥାରେ ପଞ୍ଜୀକୃତ ଚାଷୀ ସେମାନଙ୍କ ଦ୍ୱାରା ପଞ୍ଜୀକୃତ ମୋବାଇଲ ନମ୍ବର ଦ୍ୱାରା ଟୋଲ୍‌ ଫ୍ରି ନମ୍ବର ୧୯୬୭୩୯କୁ ଫୋନ୍‌ କଲେ ସ୍ବୟଂକ୍ରିୟ ବ୍ୟବସ୍ଥା ମାଧ୍ୟମରେ ସେମାନଙ୍କୁ ଆବଶ୍ୟକ ତଥ୍ୟ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି। କଲ୍‌ ଗୃହୀତ ହେବା ପରେ ୫୩୯ ଡାଏଲ୍‌ କଲେ ଚାଷୀଙ୍କ ଯାଞ୍ଚ କରାଯାଇଥିବା ଜମିର ପରିମାଣ ୬୩୯ ଡାଏଲ୍‌ କରି ବିକ୍ରିଯୋଗ୍ୟ ଧାନର ପରିମାଣର ତଥ୍ୟ ଏବଂ ୭୩୯ ଡାଏଲ୍‌ କଲେ ଧାନ ବିକ୍ରି ବାବଦ ଅର୍ଥ ପ୍ରଦାନ ସମ୍ପର୍କରେ ସଙ୍ଗେ ସଙ୍ଗେ ସ୍ବୟଂକ୍ରିୟ ଭଏସ୍‌ ବ୍ୟବସ୍ଥା ମାଧ୍ୟମରେ ସୂଚନା ପ୍ରଦାନର ବ୍ୟବସ୍ଥା ରହିଛି। ଏହି ବ୍ୟବସ୍ଥା ଦ୍ୱାରା ଚାଷୀ ଘରେ ବସି ଧାନବିକ୍ରି ସମ୍ବନ୍ଧୀୟ ସମସ୍ତ ତଥ୍ୟ ପାଇପାରିବେ। ସୂଚନାଯୋଗ୍ୟ, ଚାଷୀ ଧାନବିକ୍ରି ନିମନ୍ତେ ନାମ ପଞ୍ଜୀକରଣ ସମୟରେ ପଞ୍ଜୀକୃତ କରିଥିବା ମୋବାଇଲ ନମ୍ବର ମାଧ୍ୟମରେ ହିଁ ଏହି ସୁବିଧାପ୍ରାପ୍ତ ହୋଇପାରିବେ। ଅନ୍ୟ ନମ୍ବରରେ ଏହି ସୁବିଧା ମିଳିବ ନାହିଁ। ଲୋକାର୍ପଣ ଉତ୍ସବ ପରେ ମନ୍ତ୍ରୀ ସ୍ବାଇଁ ନିଗମ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା କଲ୍‌ ସେଣ୍ଟର ପରିଦର୍ଶନ କରିବା ସହିତ କାର୍ଯ୍ୟରତ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?