ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ: ବି. ରାଧିକା ପୋଲିସ ରିକ୍ର୍ୟୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବି.ରାଧିକାଙ୍କୁ ରାଜ୍ୟ ସରକାର ପୋଲିସ ରିକ୍ର୍ୟୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ରାଜ୍ୟ ଫୋରେନ୍ସିକ ସାଇନ୍ସ ଲାବୋରେଟୋରି ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ସେଣ୍ଟ୍ରାଲ ରେଞ୍ଜ ଆଇଜି ତଥା ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂ ଅତିରିକ୍ତ ଭାବେ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲାବୋରେଟୋରି ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଛନ୍ତି । ଏଥିସହିତ ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ରାଜ୍ୟ ପୋଲିସ ହାଉସିଂ ୱେଲ୍‌ଫେୟାର କର୍ପୋରେଶନର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ସେ ନିଜର ପୂର୍ବଦାୟିତ୍ୱ ସହ ଏହି ନୂଆ ଦାୟିତ୍ୱ ତୁଲାଇବେ । ସିଇଓ ଭାବେ ସେ ପୋଲିସ ହାଉସିଂ ୱେଲ୍‌ଫେୟାର କର୍ପୋରେଶନର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ(ସିଏମ୍‌ଡି)ଙ୍କୁ ରିପୋର୍ଟ କରିବେ । ସେହିପରି ୨୦୦୧ ବ୍ୟାଚ୍‌ ଆଇପିଏସ୍‌ ଅଫିସର ତଥା ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ଆଇଜିପି(ଟ୍ରେନିଂ) ଥିବା ଏସ୍‌. ସାଇନିଙ୍କୁ କ୍ରାଇମ୍‌ ଏଗ୍‌ନେଷ୍ଟ ୱିମେନ୍‌ ଆଣ୍ଡ ଚାଇଲ୍ଡ ୱିଙ୍ଗ୍‌(ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ)ର ଆଇଜି ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri