ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍‌ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।

ରେଳ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଟ୍ରାକ୍‌ରେ ଫସି ରହିଥିବା ଆମ୍ବୁଲାନ୍ସକୁ ବାହାର କରିବା ପରେ ଟ୍ରେନ୍‌ ପ୍ଲାଟଫର୍ମରେ ପ୍ରବେଶ କରିଥିଲା।

ସୂଚନା ଅନୁସାରେ, ଶନିବାର ସନ୍ଧ୍ୟାରେ ପଲାସା ଷ୍ଟେଶନରୁ ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ପ୍ରବେଶ କରୁଥିଲା। ଏହି ସମୟରେ ପ୍ଲାଟଫର୍ମ ପୂର୍ବରୁ ଥିବା ଏକ ଖୋଲା ଫାଟକ ଦେଇ ଆମ୍ବୁଲାନ୍ସ ଯାଉଥିବା ବେଳେ ଟ୍ରେନ୍‌ ଧକ୍କା ଦେଇଥିଲା। ଟ୍ରେନ ଚାଳକ ଜରୁରୀକାଳୀନ ବ୍ରେକ୍‌ ଦେଇଥିଲେ। ତଥାପି ପ୍ରାୟ ୨ଶହ ମିଟର୍‌ ପର୍ଯ୍ୟନ୍ତ ଟ୍ରେନ୍‌ଟି ଆମ୍ବୁଲାନ୍ସକୁ ଘୋଷାଡ଼ି ନେଇଥିଲା। ଫଲକନାମା ଟ୍ରେନ୍‌ରୁ ଓହ୍ଲାଉଥିବା ଜଣେ ଯାତ୍ରୀ ଅସୁସ୍ଥ ହୋଇ ପଡ଼ିବାରୁ ପଲାସା ଷ୍ଟେଶନ କର୍ମଚାରୀମାନେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ସମ୍ପୃକ୍ତ ଯାତ୍ରୀଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସ ପଲାସା ଷ୍ଟେଶନକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?