ଆକ୍ସନ ଫିଲ୍ମରେ ରୁଚି

ଏକାଧିକ ବଲିଉଡ୍‌ ଫିଲ୍ମରେ ଅଭିନୟ କରି ଅଭିନୟ ଜଲଓ୍ବାରେ ଦର୍ଶକଙ୍କ ମନ କିଣିଥିବା ଭୂମି ପେଡ଼ନେକର ଏବେ ଆକ୍ସନ ଫିଲ୍ମ କରିବା ପାଇଁ ମନ ବଳାଇଛନ୍ତି। ଏକ ସାକ୍ଷାତକାରରେ ଭୂମି କହିଛନ୍ତି ଯେ, ମୁଁ ବର୍ତ୍ତମାନ ଆକ୍ସନ ଫିଲ୍ମରେ ଅଭିନୟ କରିବାକୁ ଚାହୁଁଛି। ବର୍ତ୍ତମାନ ସୁଦ୍ଧା ମୁଁ ଏ ପ୍ରକାର ଫିଲ୍ମରେ କାମ କରି ନ ଥିବାବେଳେ ଆଗାମୀ ଦିନରେ ଯଦି ମୋତେ ଏପରି ଫିଲ୍ମ କରିବାକୁ ସୁଯୋଗ ମିଳେ , ତେବେ ମୁଁ ନିହାତି ଭାବେ ଫିଲ୍ମରେ କାମ କରିବି ବୋଲି ସେ କହିଛନ୍ତି। ହଲିଉଡ୍‌ ଫିଲ୍ମ ଲାରା କ୍ରୋଫ୍ଟ , ମାଟ୍ରିକ୍ସ ପରି ଆକ୍ସନ ଫିଲ୍ମରେ ନିଜକୁ ଦେଖିବାକୁ ତାଙ୍କର ଇଚ୍ଛା ଥିବା ସେ ସାକ୍ଷାତକାରରେ କହିଛନ୍ତି। ଫିଲ୍ମି ଦୁନିଆରେ ଅନେକ କିଛି ନୂଆ ଜିନିଷ ଜାଣିବାକୁ ଥିବାବେଳେ ଏଥିରୁ ଅନେକ ଜିନିଷ ଆବିଷ୍କାର ମଧ୍ୟ କରାଯାଇ ପାରିବ।
ବି.ଟାଉନ୍‌ରେ ଭୂମି ନିଜ ଟ୍ୟାଲେଣ୍ଟ ଜରିଆରେ ନିଜର ସ୍ବତନ୍ତ୍ର ସ୍ଥାନ ତିଆରି କରିସାରିଛନ୍ତି। ‘ଦମ୍‌ ଲଗାକେ ହଇସା’ରୁ ନିଜ ଫିଲ୍ମି କ୍ୟାରିୟର ସେ ଆରମ୍ଭ କରିଥିଲେ, ଯେଉଁଥିରେ ତାଙ୍କ ସହ ସ୍କ୍ରିନ୍‌ ଶେୟାର କରିଥିଲେ ଆୟୁଷ୍ମାନ ଖୁରାନା। ବର୍ତ୍ତମାନ ସୁଦ୍ଧା ଭୂମି ରୋମାଣ୍ଟିକ୍‌, ଫ୍ୟାମିଲି ଡ୍ରାମା ଏବଂ କମେଡି ଫିଲ୍ମ ଜରିଆରେ ନଜରକୁ ଆସିଛନ୍ତି। ଅଗଷ୍ଟ ୧୧ରେ ଭୂମି ଓ ଅକ୍ଷୟ କୁମାରଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ ରକ୍ଷା ବନ୍ଧନ’ ରିଲିଜ୍‌ ହେବ। ଏହା ଏକ କମେଡି ଡ୍ରାମା ଫିଲ୍ମ ହୋଇଥିବାବେଳେ ଆନନ୍ଦ ଏଲ୍‌. ରାଏ ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri