ଆଳୁ ଚାଷ ପ୍ରତି ବଢୁଛି ଆଗ୍ରହ

ଦାରିଙ୍ଗବାଡି,୨୩।୧(ଅରୁଣ ସାହୁ): ରାଜ୍ୟରେ ଦେଖାଯାଉଥିବା ଆଳୁ ସଙ୍କଟକୁ ନେଇ ରାଜ୍ୟ ଏବଂ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବ୍ୟାପକ ପଦକ୍ଷେପ ନିଆଯାଇ। ଆଳୁ ଚାଷକୁ ବୃଦ୍ଧି କରିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି।

ପ୍ରକାଶ ଯେ, ଦାରିଙ୍ଗବାଡି ବ୍ଲକର ବିଭିନ୍ନ ପଞ୍ଚାୟତରେ ଆଳୁ ଚାଷ ପାଇଁ ଉଦ୍ୟାନ କୃଷି ଏବଂ ବାଲିଗୁଡା ଆଇଟିଡିଏ ପକ୍ଷରୁ ଚାଷୀଙ୍କୁ ଉନ୍ନତ କିସମର ବିହନ ଯୋଗାଇ ଦିଆଯିବା ସହ ଚାଷ ପ୍ରଣାଳୀ ଓ ଜୈବିକ ଚାଷ ପାଇଁ ଚାଷୀଙ୍କୁ ପ୍ରଶିକ୍ଷଣ ଯୋଗାଇ ଦିଆଯାଉଛି।

ବିଶେଷ କରି ଏପିସି ଏଗ୍ରିକଲଚର ପ୍ରଡ୍ୟୁସର କ୍ଲଷ୍ଟର ମାଧ୍ୟମରେ ୧ଶହରୁ ଦେଢ ଶହ ମହିଳା ଚାଷୀଙ୍କୁ ନେଇ ସମୂହ ଭାବେ ଆଳୁ ଚାଷ ସମେତ ଗ୍ରୀନ ମଟର, ଗେଣ୍ଡୁ ଫୁଲ, ପିଆଜ ଆଦି ଚାଷ କରାଯାଇଛି। ତେବେ ଚଳିତ ଥର ଆଳୁ ଚାଷ ସଫଳତାର ସହ ହୋଇଥିବାରୁ ଚାଷୀଙ୍କ ମଧ୍ୟରେ ଖୁସି ଦେଖାଦେଇଛି।

ହେଲେ କିଛି ସ୍ଥାନରେ ପାଣି ସମସ୍ୟା ଯୋଗୁ ଆଳୁ ଚାଷରେ ସମସ୍ୟା ଦେଖାଦେଇଛି। ଏପରି କି ଏହାର ପ୍ରଭାବ ଗେଣ୍ଡୁ ଏବଂ ମଟର ଚାଷରେ ମଧ୍ୟ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ବ୍ଲକରେ ଚଳିତ ବର୍ଷ ୮୪ ହେକ୍ଟର ଜମିରେ ୭୫ଜଣ ଚାଷୀ ଆଳୁ ଚାଷୀ କରିଛନ୍ତି। ଏନେଇ ଚାଷୀଙ୍କୁ ୧ହଜାର ୯୫ କୁଇଣ୍ଟାଲ ଆଳୁ ବିହନ ଯୋଗାଇ ଦିଆଯାଇଥିବା ଉଦ୍ୟାନ କୃଷି ବିଭାଗର ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ନୀଳାଞ୍ଚଳ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri