୫ ବର୍ଷିଆ ଆର୍‌ଡି ଉପରେ ସୁଧ ହାର ବୃଦ୍ଧି

ନୂଆଦିଲ୍ଲୀ,୩୦।୯ (ଅଭୟ ଦାଶ) : ଚଳିତ ଆର୍ଥିକ ବର୍ଷର ୩ୟ (ଅକ୍ଟୋବରରୁ ଡିସେମ୍ବର) ତ୍ରୈମାସିକ ପାଇଁ କେନ୍ଦ୍ର ସରକାର ୫ବର୍ଷିଆ ରେକରିଂ ଡିପୋଜିଟ୍‌ (ଆର୍‌ଡି) ଉପରେ ସୁଧ ହାର ବୃଦ୍ଧି ସହ କ୍ଷୁଦ୍ର ସଞ୍ଚୟ ଯୋଜନା ଉପରେ ସୁଧ ହାର ଅପରିବର୍ତ୍ତିତ ରଖିଛନ୍ତି। ଏପରିକି ୫ ବର୍ଷିଆ ଆର୍‌ଡିର ସୁଧହାର ଉପରେ ୨୦ ବେସିସ୍‌ ପଏଣ୍ଟ ବୃଦ୍ଧି କରାଯାଇଛି। ଫଳରେ ୫ବର୍ଷିଆ ଆର୍‌ଡି ଉପରେ ସୁଧ ହାର ୬.୫ ରୁ ୬.୭% କୁ ବୃଦ୍ଧି କରାଯାଇଛି। ଏହି ନୂଆ ଦର ୨୦୨୩ ଅକ୍ଟୋବର ପହିଲାରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଲାଗୁହେବ। ଅପରପକ୍ଷେରେ ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା (ଏସ୍‌ସିଏସ୍‌ଏସ୍‌), ଜାତୀୟ ସଞ୍ଚୟ ପ୍ରମାଣପତ୍ର (ଏନ୍‌ଏସ୍‌ସି), ପିପିଏଫ୍‌, କିଷାନ ବିକାଶ ପତ୍ର (କେଭିପି) ଏବଂ ସୁକନ୍ୟା ସମୃଦ୍ଧି ଯୋଜନା (ଏସ୍‌ଏସ୍‌ୱାଇ)ରେ ନିବେଶ ସୁଧ ଅର୍ଜନ ଜାରି ରଖିବ। ଅପରପକ୍ଷରେ ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ସଞ୍ଚୟ ଜମା ଉପରେ ୪% ଏବଂ ୧ ବର୍ଷର ମିଆଦୀ ଜମା ଉପରେ ୬.୯% ସୁଧ ପୂର୍ବ ଭଳି ଉପଲବ୍ଧ ରହିବ। ସେହିପରି ୨ବର୍ଷ ଓ ୩ ବର୍ଷର ମିଆଦୀ ଜମା ଉପରେ ସୁଧ ହାର ୭% ରହିଥିବା ବେଳେ ୫ବର୍ଷିଆ ମିଆଦୀ ଜମା ଉପରେ ସୁଧ ହାର ୭.୫% ରହିଛି। ବିଶେଷକରି ବରିଷ୍ଠ ନାଗରିକ ସଞ୍ଚୟ ଯୋଜନାରେ ୮.୨% ସୁଧ ମିଳିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ସରକାରଙ୍କ ପ୍ରମୁଖ ଯୋଜନା ଏମ୍‌ଆଇଏସ୍‌ ସ୍କିମ୍‌ରେ ସୁଧ ହାର ୭.୪% ଥିବାବେଳେ ଏନ୍‌ଏସ୍‌ସି ସ୍କିମ୍‌ ଉପରେ ୭.୭% ଓ ପିପିଏଫ୍‌ ସ୍କିମ୍‌ ଉପରେ ୭.୧% ରହିଛି, କେଭିପି ଉପରେ ସୁଧ ହାର ୭.୫ % ରହିଥିବାବେଳେ ଏହା ୧୧୫ ମାସ ମଧ୍ୟରେ ପରିପକ୍ୱ ହେବ। ସୁକନ୍ୟା ସମୃଦ୍ଧି ଆକାଉଣ୍ଟର ସୁଧ ହାର ୮% କୁ ବଜାୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri