ଅପରିବର୍ତ୍ତିତ ରହିପାରେ ସୁଧହାର

ମୁମ୍ବାଇ: ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଏହାର ଦ୍ୱିମାସିକ ମୁଦ୍ରା ନୀତି କମିଟି(ଏମ୍‌ପିସି) ବୈଠକରେ ରେପୋ ବା ସୁଧହାରକୁ ଅପରିବର୍ତ୍ତିତ ରଖିପାରେ। ବର୍ତ୍ତମାନ ଯୋଗାଣ ବାଧାପ୍ରାପ୍ତ ସ୍ଥିତିରେ ରହିଥିବା ବେଳେ ମୁଦ୍ରାସ୍ଫୀତି ଉଚ୍ଚରେ ରହିଛି। ଏଭଳି ପ୍ରସଙ୍ଗକୁ ବିଚାର କରି କେନ୍ଦ୍ରୀୟ ବ୍ୟାଙ୍କ ରେପୋକୁ ଅପରିବର୍ତ୍ତିତ ରଖିବ ବୋଲି କୁହାଯାଉଛି। ଚଳିତ ମାସ ୨୯ରୁ ଏମ୍‌ପିସିି ବୈଠକ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଅର୍ଥ ବ୍ୟବସ୍ଥାକୁ ଗତି ପ୍ରଦାନ କରିବାକୁ ରିଜର୍ଭ ବ୍ୟାଙ୍କ ନିକଟରେ ବିଭିନ୍ନ ଅସ୍ତ୍ର ରହିଛି। ା ଏହାକୁ କେନ୍ଦ୍ରୀୟ ବ୍ୟାଙ୍କ ସମୟ କ୍ରମେ ଗ୍ରହଣ କରିବ ବୋଲି ଗଭର୍ନର ଶକ୍ତିକାନ୍ତ ପୂର୍ବରୁ କହି ସାରିଛନ୍ତି। ଅକ୍ଟୋବର ୧ରେ କେନ୍ଦ୍ରୀୟ ବ୍ୟାଙ୍କ ଘୋଷଣା କଣ ରହୁଛି ତାହା ଦେଖିବାକୁ ବାକି ରହିଲା।
ଅଗଷ୍ଟରେ ହୋଇଥିବା ଏମ୍‌ପିସି ବୈଠକରେ କେନ୍ଦ୍ରୀୟ ବ୍ୟାଙ୍କ ଏହାର ସୁଧହାରକୁ ଅପରିବର୍ତ୍ତିତ ରଖିଥିଲା। ମୁଦ୍ରାସ୍ଫୀତି ଉଚ୍ଚରେ ରହିବା ଯୋଗୁ ଆର୍‌ବିଆଇ କୌଣସି ପଦକ୍ଷେପ ନେଇ ନ ଥିଲା। ମୁଦ୍ରାସ୍ଫୀତି ବର୍ତ୍ତମାନ ୬% ସ୍ତରରେ ରହିଛି। ଏପଟେ କରୋନା ମହାମାରୀ ଅର୍ଥ ବ୍ୟବସ୍ଥା ଦୁର୍ବଳ ହୋଇ ପଡିଛି। ବଜାରକୁ ଗତି ପ୍ରଦାନ କରିବା ଲାଗି ବର୍ତ୍ତମାନ ସୁଦ୍ଧା କେନ୍ଦ୍ରୀୟ ବ୍ୟାଙ୍କ ୧୧୫ ବେସିସ୍‌ ପଏଣ୍ଟ ସୁଧହାର ହ୍ରାସ କରି ସାରିଛି। ଏଭଳି ସ୍ଥିତିରେ ରିଜର୍ଭ ବ୍ୟାଙ୍କ ସୁଧହାର ହ୍ରାସ କରି ନ ପାରେ ବୋଲି ବଜାର ବିଶେଷଜ୍ଞ ମାନ ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri