ଚକ୍ରବୃଦ୍ଧି ସୁଧ ଛାଡ଼ ନିଷ୍ପତ୍ତି ନଭେମ୍ବର ୨ ସୁଦ୍ଧା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୋରାଟୋରିୟମ ଅବଧିରେ ଲାଗୁ ହୋଇଥିବା ଚକ୍ରବୃଦ୍ଧି ସୁଧ ଛାଡ଼ ସମ୍ପର୍କିତ ନିଷ୍ପତ୍ତି ନଭେମ୍ବର ୨ ସୁଦ୍ଧା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ବୁଧବାର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷୁଦ୍ର ଋଣଗ୍ରହୀତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ସରକାର ଏଭଳି ପଦକ୍ଷେପ ନେବେ ବୋଲି ପୂର୍ବରୁ ସ୍ପଷ୍ଟ କରିଛନ୍ତି। ଏଭଳି ନିଷ୍ପତ୍ତିକୁ ସର୍ବୋଚ୍ଚ ଅଦାଲତ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି। ମାତ୍ର ଏହାର ପ୍ରକୃତ ଲାଭ ଲୋକମାନେ ଯେଭଳି ପାଇପାରିବେ ତାକୁ ମଧ୍ୟ ବିଚାର କରିବାକୁ ହେବ। ଲୋକଙ୍କର ଦୀପାବଳୀ ସରକାରଙ୍କ ନିଷ୍ପତ୍ତି ଉପରେ ନିର୍ଭର କରେ ବୋଲି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୨ରେ ହେବ ବୋଲି ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।
ଚକ୍ରବୃଦ୍ଧି ସୁଧ ଛାଡ଼ ହେଲେ ସରକାରଙ୍କୁ ୬,୫୦୦ କୋଟି ଟଙ୍କାର ବୋଝ ପଡିବ ବୋଲି ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର ସୂଚନା ଦେଇଥିଲେ। କୋଭିଡ୍‌-୧୯ ଯୋଗୁ ଲୋକମାନେ ଋଣ କିସ୍ତି ପ୍ରଦାନ କ୍ଷେତ୍ରରେ ସାମ୍ନା କରୁଥିବା ସମସ୍ୟାକୁ ଧ୍ୟାନରେ ରଖି ସରକାର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡିକ ସୁଧ ଉପରେ ସୁଧ ଲାଗୁ କରିବା ଦେଖାଯାଇଥିଲା। ଏଭଳି ବିଭିନ୍ନ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଅନେକ ଆବେଦନ ହୋଇଛି। ଏହା ଉପରେ ସର୍ବୋଚ୍ଚ ଅଦାଲତ ଶୁଣାଣି ଜାରି ରଖିଛନ୍ତି। ୨ କୋଟି ଟଙ୍କାର କମ୍‌ ଋଣ ଉପରେ ଚକ୍ରବୃଦ୍ଧି ସୁଧ ଭାର ବହନ କରିବାକୁ ପ୍ରସ୍ତୁତ ଥିବା ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। ମୋରାଟୋରିୟମ ସୁବିଧା ନ ନେଇଥିଲେ ମଧ୍ୟ ଏଭଳି ସୁବିଧା ଦେବାକୁ ସରକାର ସ୍ପଷ୍ଟ କରିଛନ୍ତି। ମାତ୍ର ଘରୋଇ ବ୍ୟାଙ୍କଗୁଡିକ ଏଭଳି ପଦକ୍ଷେପ ନେଲେ କେତେ ପରିମାଣର ଭାର ପଡିବ ସେ ନେଇ ସରକାର କିଛି ବି ସ୍ପଷ୍ଟ କରିନାହାନ୍ତି। ଏହାବାଦ୍‌ ସରକାର ଡେଭଲପମେଣ୍ଟ ଫାଇନାନ୍ସ କମିଶନ ଗଠନ ନେଇ ବର୍ତ୍ତମାନ ପ୍ରସ୍ତୁତି କରୁଛନ୍ତି। ଏହି ପ୍ରସ୍ତାବ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ ଲାଗି ଶୀଘ୍ର ଆସିବ ବୋଲି ଜଣାପଡିଛି। ସେହିଭଳି ଋଣ ପୁନର୍ଗଠନ ନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବୁଧବାର ସ୍ପଷ୍ଟୀକରଣ ଦିଆଯାଇଛି। ମାର୍ଚ୍ଚ ୧ ସୁଦ୍ଧା ଏନ୍‌ପିଏ ହୋଇ ନ ଥିବା ଆକାଉଣ୍ଟଗୁଡିକୁ ଋଣ ପୁନର୍ଗଠନ ସୁବିଧା ଦିଆଯିବ ବୋଲି ଏହା ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri